The Ultimate Managed Hosting Platform
ADVERTISEMENT

୧ ଲକ୍ଷ ଯୁବକଙ୍କୁ ନିଯୁକ୍ତି

Facebook
Twitter
LinkedIn

ନୂଆଦିଲ୍ଲୀ : ରୋଜଗାର ମେଳାରେ ୧ ଲକ୍ଷ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ । ରୋଜଗାର ମେଳା ଜରିଆରେ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ମୋଦି । ଦ୍ରୁତ ଗତିରେ ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଉଛି କହିଲେ ମୋଦି । ପୂର୍ବ ସରକାରଙ୍କ ଅମଳରେ ନିଯୁକ୍ତିରେ ଲାଞ୍ଚ କାରବାର ହେଉଥିଲା । ଆମ ସରକାରରେ ସମ୍ପୁର୍ଣ୍ଣ ସ୍ୱଚ୍ଛତାରେ ନିଯୁକ୍ତି ପ୍ରକ୍ରିୟା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଲଗାତାର ଯୁବବର୍ଗଙ୍କୁ ନିଯୁକ୍ତି ଦିଆଯାଉଛି । ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇବା ଠାରୁ ଆରମ୍ଭ କରି ନିଯୁକ୍ତି ମିଳିବା ପର୍ୟ୍ୟନ୍ତ ଦୀର୍ଘ ସମୟ ଲାଗୁଥିଲା । ଯେଉଁ ସମୟରେ ନିଯୁକ୍ତି ପାଇଁ ଟଙ୍କା କାରବାର ହେଉଥିଲା । କିନ୍ତୁ ଏବେ ପୂରା ପାରଦର୍ଶିତାର ସହ କେନ୍ଦ୍ର ସରକାର ନିଯୁକ୍ତି ଦେଉଛନ୍ତି । ଏବେ ଯୁବବର୍ଗଙ୍କ ମନରେ ଆତ୍ମବିଶ୍ୱାସ ଆସିଛି ଯେ, କଠିନ ପରିଶ୍ରମ ଓ ନିଜର ପ୍ରତିଭା ବଳରେ ହିଁ ନିଯୁକ୍ତି ମିଳିପାରିବ । ଏହି ରୋଜଗାର ମେଳା ଜରିଆରେ ଭାରତୀୟ ରେଳବିଭାଗରେ ମଧ୍ୟ ନିଯୁକ୍ତି ମିଳୁଛି । ଭାରତୀୟ ରେଳ ବିଭାଗର ଏବେ ନବକଳେବର ହେବାକୁ ଯାଉଛି । ସେହିଭଳି ଭାରତ ଏବେ ତୃତୀୟ ବୃହତ ଷ୍ଟାର୍ଟଅପ ଅର୍ଥନୀତି ଭାବେ ଉଭା ହେଲାଣି । ଛୋଟ ଛୋଟ ସହରରେ ଷ୍ଟାର୍ଟଅପ୍ ଆରମ୍ଭ କରୁଛନ୍ତି ଯୁବବର୍ଗ । ଏହି ଷ୍ଟାର୍ଟଅପରେ ମଧ୍ୟ ଅନେକ ଯୁବକଙ୍କୁ ନିଯୁକ୍ତି ମିଳିପାରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login