ଭୁବନେଶ୍ୱର : ବିଧାନସଭା ଶୀତ ଅଧିବେଶନ ତୃତୀୟ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ । ମହିଳା ଓ ଶିଶୁ ବିକାଶ ବିଭାଗ ଉପରେ ଚାଲିଛି ପ୍ରଶ୍ନୋତ୍ତର । ଗୃହରେ ସଦସ୍ୟଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ମନ୍ତ୍ରୀ । ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉତ୍ତର । ୨୦,୧୫୦ ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ । ରାଜ୍ୟରେ ମୋଟ ୭୪,୨୨୪ଟି ଅଙ୍ଗନବାଡି କେନ୍ଦ୍ର ଅଛି । ଏବେ ୫୪,୦୭୪ଟି ଅଙ୍ଗନବାଡି ନିଜସ୍ୱ ଗୃହରେ ଚାଲିଛି । ୧୦,୪୧୬ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ପରିବର୍ତ୍ତନ । ୪୫୭୪ଟି ଅଙ୍ଗନବାଡି କେନ୍ଦ୍ର ସ୍କୁଲ ଘରେ ଚାଲିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ୧୦,୪୬୯ଟି ଅଙ୍ଗନବାଡି କେ୍ଦ୍ର କମ୍ୟୁନିଟି ସେଣ୍ଟରରେ ଚାଲିଛି । ଆଜି ବି ୩୮୯୦ଟି ଅଙ୍ଗନବାଡି କେନ୍ଦ୍ର ଭଡା ଘରେ ଚାଲିଛି । ଖୁବଶୀଘ୍ର ନିଜସ୍ୱ ଗୃହରେ ଚାଲିବ ରାଜ୍ୟର ସବୁ ଅଙ୍ଗନବାଡି । ଜାଗା ନ ଥିଲେ ପଞ୍ଚାୟତିରାଜ ବିଭାଗ ସହ ଯୋଗରେ କିଣାଯିବ ଜାଗା । ବିଜେଡି ବିଧାୟକ ଅଶ୍ୱିନୀ ପାତ୍ରଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀଙ୍କ ଉତ୍ତର ।
୨୦,୧୫୦ ଅଙ୍ଗନବାଡି ଘର ନାହିଁ
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











