କଟକ : ୨୦୨୪ ସାଧାରଣ ନିର୍ବାଚନରେ ପୁନର୍ବାର କ୍ଷମତା ହାତେଇବା ପାଇଁ ବିଜେଡ଼ି ଦଳ ପକ୍ଷରୁ ନିର୍ବାଚନୀ ରଣନୀତି ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଗଲାଣି । ବାରବାଟି କଟକ ନିର୍ବାଚନ ମଣ୍ଡଳୀ ପରେ ଚୌଦ୍ଵାର କଟକ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ ଏକ କାର୍ୟ୍ୟକାରିଣୀ ବୈଠକ , କଟକ ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଟକ ଜିଲ୍ଲା ପର୍ୟ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଶିଷ୍ଟ ଅତିଥି ଭାବେ ସାଂସଦ ଭର୍ତ୍ତୁହରି ମହତାବ,କଟକ ଜିଲ୍ଲା ବିଜେଡି ସଭାପତି ଦେବାଷିଶ ସାମନ୍ତରାୟ, କଟକ ମେୟର ସୁବାଷ ସିଂ, ଚୌଦ୍ୱାର କଟକ ବିଧାୟକ ଶୌଭିକ ବିଶ୍ବାଳ, ,କଟକ ସଦର ଵିଧାୟକ ଚନ୍ଦ୍ର ସାରଥୀ ବେହେରା ପ୍ରମୁଖ ଅନେକ ଦଳୀୟ କର୍ମୀ , କର୍ପୋରେଟର ମାନେ ଯୋଗଦାନ କରିଥିଲେ ।କାର୍ୟ୍ୟକ୍ରମକୁ ପରିଚାଳନା କରିଥିଲେ ଚୌଦ୍ଵାର କଟକର ପୂର୍ବତନ ବିଧାୟକ ଡକ୍ଟର ପ୍ରଭାତ ରଂଜନ ବିଶ୍ବାଳ । ଆଗାମୀ ଦିନରେ ସମସ୍ତେ ଏକ ହୋଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ହାତ ମୁଠାକୁ ଟାଣ କରିବା ସହ, ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ଏହି କାର୍ୟ୍ୟକ୍ରମ ରେ ଗୁରୁତ୍ୱାରୋପ କରାଯାଇଥିଲା ।
୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ରଣନୀତି ପ୍ରସ୍ତୁତ କରୁଛି ବିଜେଡି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











