ଭୁବନେଶ୍ୱର : ଭୁବନେଶ୍ୱର : ୨୦୨୫ ସୁଦ୍ଧା ରାଜ୍ୟରେ ସ୍କୁଲ ସ୍ତରରେ ଲାଗୁ ହେବ ନୂଆ ଜାତୀୟ ଶିକ୍ଷା ନୀତି । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନୂଆ ଜାତୀୟ ଶିକ୍ଷାନୀତି ୨୦୨୦ ମୁତାବକ ୩ ବର୍ଷ ବୟସରୁ ୧୮ ବର୍ଷ ବୟସ ମଧ୍ୟରେ ୧୦+୨ ସ୍କୁଲ ଶିକ୍ଷାକୁ ୫+୩+୩+୪ ବ୍ୟବସ୍ଥାରେ ଭାଗ କରାଯାଇଛି । ପୁରୁଣା ଶିକ୍ଷା ନୀତିରେ ୩ରୁ ୬ ବର୍ଷ ବୟସ ପର୍ୟ୍ୟନ୍ତ ପିଲାଙ୍କ ଶିକ୍ଷା ସାମିଲ ନଥିଲା । ୬ ବର୍ଷ ହେଲେ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ନାଁ ଲେଖାଉଥିଲେ। ନୂଆ ଶିକ୍ଷା ନୀତି ୫+୩+୩+୪ ଢାଞ୍ଚାରେ ୩ ବର୍ଷର ପିଲାଙ୍କୁ ସାମିଲ କରି ବାଲ୍ୟାବସ୍ତାରୁ ଶିକ୍ଷାଗତ ମୂଳଦୂଆ ମଜଭୁତ କରିବାକୁ ପ୍ରୟାସ କରାଯାଇଛି। ୩ରୁ ୮ ବର୍ଷ, ୮ରୁ ୧୧ ବର୍ଷ, ୧୧ରୁ ୧୪ ବର୍ଷ ଏବଂ ୧୪ରୁ ୧୮ ବର୍ଷ ବୟସ ପର୍ୟ୍ୟନ୍ତ ବିଭିନ୍ନ ସ୍ତରକୁ ନେଇ ଶିକ୍ଷା ବ୍ୟବସ୍ଥା ପ୍ରସ୍ତୁତ ହେବ। ପୂର୍ବରୁ କଲେଜ ଓ ବିଶ୍ବବିଦ୍ୟାଳୟରେ ସ୍ତରେ ନୂଆ ଜାତୀୟ ଶିକ୍ଷା ନୀତି ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ଗୋଟିଏ ପରେ ଗୋଟିଏ କାର୍ୟ୍ୟକ୍ରମ ହାତକୁ ନିଆଯାଉଛି । ନୂଆ ଶିକ୍ଷା ନୀତି ଲାଗୁ ହେବା ପାଇଁ ଗଠନ ହୋଇଛି ଟାସ୍କ ଫୋର୍ସ କମିଟି ସହ ୬ ଟି ସବ କମିଟି । ନୂଆ ଶିକ୍ଷା ନୀତି କିପରି ଲାଗୁ କରାଯିବ ସେମାନେ ପ୍ରସ୍ତାବ ଦେବେ । ଏହା ପରେ ସମସ୍ତଙ୍କ ମତାମତ ନେଇ, ନୂଆ ଜାତୀୟ ଶିକ୍ଷାନୀତି ଲାଗୁ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
୨୦୨୫ ସୁଦ୍ଧା ସ୍କୁଲ ସ୍ତରରେ ନୂଆ ଜାତୀୟ ଶିକ୍ଷା ନୀତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











