ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ବଙ୍ଗୋପସଗାରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି । ୨୪ ଘଣ୍ଟାରେ ଅବପାତର ରୂପ ନେବ । ୨୭ ସକାଳେ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Views: 41