ଭୁବନେଶ୍ୱର : ୨୪ ଘଣ୍ଟାରେ ଲଘୁଚାପ ! ଦକ୍ଷିଣ ପଶ୍ଚିମ ଦିଗରେ ହେଉଛି ଅଗ୍ରସର । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଦକ୍ଷିଣ- ପଶ୍ଚିମ ଦିଗରେ ହେଉଛି ଅଗ୍ରସର । ଆସନ୍ତା ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି । ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ଜିଲ୍ଲାରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ୧୨ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୭ ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Views: 43