The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୨୪ ଘଣ୍ଟା ଭିତରେ ଜବାବ ଦେଲା ଭାରତ, କାନାଡା କୂଟନୀତିଜ୍ଞଙ୍କୁ କଲା ବହିଷ୍କାର

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତର ଯେସାକୁ ତେସା ନୀତି । ୨୪ ଘଣ୍ଟା ଭିତରେ କଡା ଜବାବ ଦେଲା ଭାରତ । ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ହତ୍ୟାକାଣ୍ଡରେ ଭାରତର ସମ୍ପୃକ୍ତି ଥିବା ଆରୋପ ଲଗାଇ କାନାଡା ସରକାର ସୋମବାର ଭାରତର ଜଣେ ବରିଷ୍ଠ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା ନେଇ ଆଦେଶ ଦେଇଥିଲେ । ତେବେ ଏହାର ୨୪ ଘଣ୍ଟା ଭିତରେ ଭାରତ ଯେସାକୁ ତେସା ନୀତି ଆପଣାଇ ସମାନ ଡଙ୍ଗରେ ଜବାବ ଦେଇଛି । କାନାଡାର ଏହି କାର୍ୟ୍ୟାନୁଷ୍ଠାନର ଜବାବରେ ଭାରତ ମଧ୍ୟ କାନାଡାର ଜଣେ ବରିଷ୍ଠ କୂଟନୀତିଜ୍ଞଙ୍କୁ ବହିଷ୍କାର କରିଦେଇଛି । କେନ୍ଦ୍ର ସରକାର ଭାରତରେ କାନାଡାର ହାଇକମିଶନରଙ୍କୁ ତଲବ କରି ପାଞ୍ଚ ଦିନ ଭିତରେ ଭାରତ ଛାଡ଼ିବା ପାଇଁ କହିଛନ୍ତି । ସରକାର କହିଛନ୍ତି ଯେ, ଏହି କାର୍ୟ୍ୟାନୁଷ୍ଠାନ ଆମର ଅନ୍ତରୀଣ ମାମଲାରେ କାନାଡାର କୂଟନୀତିଜ୍ଞଙ୍କ ହସ୍ତକ୍ଷେପ ଏବଂ ଭାରତ ବିରୋଧୀ କାର୍ୟ୍ୟକଳାପରେ ତାଙ୍କର ସମ୍ପୃକ୍ତି ଉପରେ ଭାରତ ସରକାରଙ୍କ ବୃଦ୍ଧି ଚିନ୍ତାକୁ ଦର୍ଶାଉଛି । ଜୁନ ୨୦୨୩ରେ ହୋଇଥିବା ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜର ହତ୍ୟାକାଣ୍ଡରେ ଭାରତର ସମ୍ପୃକ୍ତି ଥିବାର ଆରୋପ ଲଗାଇ କାନାଡା ଭାରତର ଜଣେ ଶୀର୍ଷ କୂଟନୀତିଜ୍ଞଙ୍କୁ ବହିଷ୍କାର କରିଥିଲା । ଅବଶ୍ୟ କାନାଡାର ଏହି ଅଭିଯୋଗକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ଖାରଜ କରି କହିଥିଲେ ଯେ କାନାଡାରେ ହିଂସାର କୌଣସି ବି କାର୍ୟ୍ୟରେ ଭାରତ ସରକାର ସାମଲ ଥିବା ଆରୋପ ଅବୈଧ ଏବଂ ମନଗଢ଼ା ଅଟେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login