ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ ପଡ଼ିଆରେ ‘ସେବା ପର୍ବ କାର୍ୟ୍ୟକ୍ରମରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ଜଣାପଡିଛି, ପ୍ରଧାନମନ୍ତ୍ରୀ ସେହିଦିନ ପୂର୍ବାହ୍ନ ୧୧ଟାରେ ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ‘ସେବା ପର୍ବ’ କାର୍ୟ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦ୍ଘାଟନ କରିବା ସହ ଅନେକ ନୂତନ କାର୍ୟ୍ୟକ୍ରମ ଦେଶବାସୀଙ୍କ ପାଇଁ ଉତ୍ସର୍ଗ କରିବେ।
Views: 45