ଭୁବନେଶ୍ୱର : ଆଜିଠୁ ଦକ୍ଷିଣ ଓଡିଶାରେ ବଡ ବର୍ଷା ହେବାର ସମ୍ଭାବନା ରହିଛି । ୨୯ରୁ ୩୧ ଯାଏଁ ଅରେଞ୍ଜ ଆସର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲିପରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଯାହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ ଓଡ଼ିଶାରେ ଏହି ଲଘୁଚାପ ପ୍ରଭାବ ସର୍ବାଧିକ ରହିବ । ଆସନ୍ତା ୩୧ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ । ୩୦ ଓ ୩୧ ତାରିଖରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ପ୍ରବଳ ବର୍ଷା ଫଳରେ ଫଳରେ ନଦୀ ଫୁଲିବା ସହ ବନ୍ୟା ଆଶଙ୍କା ରହିଛି।
Views: 78











