ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ସୁଦୃଶ୍ୟ ଲଘୁଚାପ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତ ରୂପ ନେବ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣପୂର୍ବରେ ଅବପାତ ସମ୍ଭାବନା । ପରେ ଉତ୍ତର ପଶ୍ଚିମକୁ ଗତି କରି ଘନୀଭୂତ ହୋଇ ବାତ୍ୟା ରୂପ ନେବ । ୨ ସୁଦ୍ଧା ଦକ୍ଷିଣ ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ବାତ୍ୟା । ତେବେ ବାତ୍ୟାର ଗତିପଥ ନେଇ ଏପର୍ୟ୍ୟନ୍ତ ବିସ୍ତୃତ ତଥ୍ୟ ମିଳିନାହିଁ । ଏପରିକି ତୀବ୍ରତା ନେଇ ମଧ୍ୟ କୌଣସି ତଥ୍ୟ ଜଣାପଡିନାହିଁ । ଲଘୁଚାପ କ୍ଷେତ୍ରର ଗତିବିଧି ଉପରେ ମଧ୍ୟ ଆଇଏମଡି ସତର୍କ ନଜର ରଖିଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବରେ ପଡି ନପାରେ ବୋଲି ଅନୁମାନ କରାଯାଉଛି । କିନ୍ତୁ ଓଡିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ । ତେଣୁ ୧ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି ।
Views: 66