ପୁରୀ : ୩୦ ଦିନ ପାଇଁ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ । ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ ଥିବା ରାମକୃଷ୍ଣଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୈଫିୟତ ମଗା ଯାଇଥିଲା । ଆଜି ତାଙ୍କୁ ୩୦ ଦିନ ପାଇଁ ନିଲମ୍ବିତ କରାଯାଇଥିବା ସୂଚନା ଦିଆଯାଇଛି । ସେ ୩୦ ଦିନ ଯାଏ ଶ୍ରୀମନ୍ଦିରରେ ପ୍ରବେଶ କରି ପାରିବେ ନାହିଁ କିମ୍ବା କୌଣସି ସେବାରେ ନିୟୋଜିତ ହେବେ ନାହିଁ । ଶ୍ରୀମନ୍ଦିର ମର୍ୟ୍ୟାଦା କ୍ଷୂଣ୍ଣ କରିଥିବା ଅଭିଯୋଗରେ ତାଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିଲମ୍ବିତ କରିଛନ୍ତି ।ନିଲମ୍ବନ ଅବଧି ସମୟରେ ଦଇତାପତି କିମ୍ବା ଅନ୍ୟ ନିଯୋଗର କୌଣସି ସେବକଙ୍କୁ ତଥା ଅନ୍ୟ କୌଣସି ବ୍ୟକ୍ତିଙ୍କୁ ସେ ପ୍ରଲୋଭିତ କିମ୍ବା ଧମକ ଚମକ ଦେବେ ନାହିଁ କିମ୍ବା ଶ୍ରୀମନ୍ଦିରର କୌଣସି ସେବାପୂଜା ବା ନୀତିକାନ୍ତିରେ ବାଧକ ସାଜିବେ ନାହିଁ। ଏପରି କଲେ, ନିଲମ୍ବନ ଅବଧିକୁ ବଢ଼ାଇ ଦିଆଯିବ
୩୦ ଦିନ ପାଇଁ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











