ଭୁବନେଶ୍ୱର : ୩୧ ତାରିଖ ପର୍ୟ୍ୟନ୍ତ ବର୍ଷାରୁ ନାହିଁ ନିସ୍ତାର। ଲଘୁଚାପରେ ପରିଣତ ହେଲା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ବର୍ତ୍ତମାନ ଏହା ଉତ୍ତର ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ। ଦକ୍ଷିଣ ଓଡିଶା ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ସ୍ଥଳଭାଗ ମୁହାଁ ହେବ । ପ୍ରଭାବରେ ୩୧ ତାରିଖ ପର୍ୟ୍ୟନ୍ତ ନିର୍ଧୁମ ବର୍ଷା ସମ୍ଭାବନ ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ବର୍ଷା ସମୟରେ ତଳି ଅଞ୍ଚଳ ରେ ଜଳବନ୍ଦୀ ସମସ୍ୟା, ପାହାଡି ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୂତ୍ରିମ ବନ୍ୟା, କଚ୍ଚା ରାସ୍ତା ଘର ଭାଙ୍ଗିବା ନେଇ ସତର୍କ କରିଚି ପାଣିପାଗ କେନ୍ଦ୍ର। ସେହିଭଳି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ କୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଟୁଇନସିଟି କଟକ ଭୁବନେଶ୍ୱରରେ ବି ଲାଗିରହିଛି ପ୍ରବଳ ବର୍ଷା। ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡିଶାରେ ଲାଗିରହିବ ବର୍ଷା।
୩୧ ଯାଏଁ ପ୍ରବଳ ଛେଚିବ ! ଭୁବନେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











