ଭୁବନେଶ୍ୱର : ୩ ଦିନ ହେଲାଣି ଉପାସରେ ଶ୍ରୀଲିଙ୍ଗରାଜ । ସୋମବାର ସନ୍ଧ୍ୟାରୁ ଏପର୍ଯ୍ୟନ୍ତ ହୋଇନି ନୀତିକାନ୍ତି । ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ଦାବି କଲା ବ୍ରାହ୍ମଣ ନିଯୋଗ । ବ୍ରାହ୍ମଣ ନିଯୋଗ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ । ବଡୁ ସେବାୟତ ଓ ବ୍ରାହ୍ମଣ ନିଯୋଗ ବିବାଦରୁ ବନ୍ଦ ରହିଛି ନୀତିକାନ୍ତି । ଦୁଇ ଦିନ ଧରି ନିତିକାନ୍ତି ବନ୍ଦ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ଆଇନମନ୍ତ୍ରୀ । ବିବାଦ ଭିତରେ ଠାକୁରଙ୍କ ନିତିକାନ୍ତି ବନ୍ଦ ହେବା ଭୁଲ୍ । ଆଜି ହିଁ ନିର୍ଜାସ ବାହାରିବ । ତର୍ଜମା ପରେ କଠୋର କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ।ଦୁଇଦିନ ହେବ ମକର ମଣ୍ଡପରେ ବସିଛନ୍ତି ମହାପ୍ରଭୁ। ନା ହେଉଛି ମଙ୍ଗଳ ଆଳତି ନା ହେଉଛି ଅବକାଶ ନୀତି। ସରକାର ତୁରନ୍ତ ହସ୍ତକ୍ଷେପ କରିବାକୁ ଦାବି କରିଛନ୍ତି ସେବାୟତ। ଗତକାଲି ବାରମ୍ବାର ବୈଠକ ସତ୍ତ୍ୱେ ସମାଧାନର ବାଟ ବାହାରିପାରିନଥିଲା। ଚେଷ୍ଟା ଚାଲିଛି କହି ହାତ ଟେକିଦେଇଛନ୍ତି ମନ୍ଦିର ଟ୍ରଷ୍ଟବୋର୍ଡ ଅଧ୍ୟକ୍ଷ।ମକର ସଂକ୍ରାନ୍ତିରେ କ୍ଷୀର ଆଉଟା ନୀତି ନେଇ ଆରମ୍ଭ ହୋଇଥିଲା ବିବାଦ।
୩ ଦିନ ହେଲାଣି ଉପାସରେ ଲିଙ୍ଗରାଜ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...