ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ରାଜ୍ୟର ୨୫ ଆଇଏଏସ, ଓ ୨୮ ଆଇପିଏସ ଅଧିକାରୀ । ୨୪୮ ଆଇଏଏସ ପଦବୀ ସଂଖ୍ୟାରୁ ଖାଲି ରହିଛି ୪୫ ପଦବୀ । ମଞ୍ଜୁରୀ ପ୍ରାପ୍ତ ୧୯୫ ଆଇପିଏସ ପଦବୀରୁ ଖାଲି ରହିଛି ୬୬ ପଦବୀ । ୨୨୪୮ ଓଏଏସ ପଦବୀରୁ ଖାଲି ପଡିଛି ୩୪୨ ପଦବୀ । ୮୪୯ ଓଏପିଏଏସ ପଦବୀରୁ ଖାଲି ପଡିଛି ୧୪୧ ପଦବୀ । ତେବେ ବିଜେଡି ବିଧାୟକ ଅରୁଣ ସାହୁ ଏନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ । ସେ ପଚାରିଥିଲେ ଯେ, ରାଜ୍ୟର ଆଇଏଏସ୍, ଆଇପିଏସ୍ ଏବଂ ଆଇଏଫଏସ୍ ସେବାରେ ମୋଟ ମଞ୍ଜୁରୀପ୍ରାପ୍ତ ପଦବୀ ସଂଖ୍ୟା କେତେ? ଆଉ ଆଜିର ଦିନରେ କେତେ ଅଧିକାରୀଙ୍କ ପଦବୀ ଖାଲି ପଡ଼ିଛି? ଏହାର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ଆଇଏଏସଙ୍କ ସଂଖ୍ୟା ହେଉଛି ୨୪୮ । କିନ୍ତୁ ତା ଭିତରୁ ଏବେ ବି ୪୫ଟି ପଦବୀ ଏବେ ବି ଫାଙ୍କା ପଡ଼ିଛି । ସେହିପରି ୧୯୫ଟି ମଞ୍ଜୁରୀପ୍ରାପ୍ତ ଆଇପିଏସ୍ ସଂଖ୍ୟା ଥିଲେ ବି, ତା ଭିତରୁ ୬୬ଟି ପଦବୀ ଫାଙ୍କା ପଡ଼ିଛି । ସେହିଭଳି ଏବେ ବି ୩୪୨ ଓଏଏସ୍ ପଦବୀ ଏବଂ ୧୪୧ ଓପିଏସ୍ ପଦବୀ ଖାଲି ପଡ଼ିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
୪୫ ଆଇଏଏସ, ୬୬ ଆଇପିଏସ ପଦବୀ ଖାଲି
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











