ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ରହିବ । ବନକଲାଗି ନୀତି ପାଇଁ ଅପରାହ୍ନ ୫ରୁ ରାତି ୧୦ ପର୍ଯ୍ୟନ୍ତ ବନ୍ଦ ରହିବ । ବନକଲାଗି ନୀତି ପାଇଁ ୫ ଓ ୬ରେ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।
Views: 21