ଭୁବନେଶ୍ୱର :ଦରଦାମ ବୃଦ୍ଧିକୁ ନେଇ ଆନେ୍ଦାଳନକୁ ଓହ୍ଲାଇବ ବିଜେଡି । ୬ ତାରିଖରେ ଲୋୟର ପିଏମଜିରେସ ଆନେ୍ଦାଳନ କରିବ ବିଜେଡି । ସୂଚନା ଦେଲେ ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ।ସାମ୍ଵାଦିକ ସମ୍ମିଳନୀରେ ଏନେଇ ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି । ଦରଦାମ୍ ବୃଦ୍ଧି ନେଇ ସାମ୍ଵାଦିକ ସମ୍ମିଳନୀରେ ବର୍ଷିଛନ୍ତି ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା । ଡବଲ ଇଞ୍ଜିନ ସରକାର ଆସିବା ପରେ ଦରଦାମ୍ ହୁ ହୁ ହୋଇ ବଢୁଛି । ଏଥିରେ ଓଡ଼ିଶାବାସୀ ହନ୍ତସନ୍ତ ହେଉଛନ୍ତି । ଓଡ଼ିଶାବାସୀଙ୍କ ସ୍ଵାର୍ଥ ଓ ସ୍ଵାଭିମାନ ପାଇଁ ବିଜେଡି ଲଢ଼ିବ । ଅର୍ନ୍ତଜାତୀୟ ବଜାରରେ ଅଶୋଧିତ ତୈଳ ଦର କମ୍ ଥିବା ବେଳେ କାହିଁକି ପେଟ୍ରୋଲ ଓ ଡିଜେଲ ଦର କମୁନାହିଁ ବୋଲି ପ୍ରଶ୍ନ କରିଛନ୍ତି ସଞ୍ଜୟଦାସ ବର୍ମା । ଦରଦାମ ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି । ରୋଷେଇ ଘରକୁ ସରକାର ଗୋଇଠା ମାରିଛନ୍ତି । ମହିଳା ରୋଷେଇ ଘରକୁ ଗଲେ ଡବଲ ଇଞ୍ଜିନ ସରକାର କଥା ମନେପକାଉଛି । ସାଧାରଣ ଲୋକଙ୍କୁ ସରକାର ଶୋଷଣ କରୁଛନ୍ତି । ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଲୋକଙ୍କ ସ୍ଵାର୍ଥକୁ ଗୁରୁତ୍ଵ ଦିଅନ୍ତି । ହେଲେ ଡବଲ ଇଞ୍ଜିନ ସରକାରଙ୍କ ଦରଦାମ ବୃଦ୍ଧି ପ୍ରତି ନିଘାନାହିଁ । ଯଦି ସରକାର ଏହାକୁ ଗୁରୁତ୍ଵ ନ ଦିଅନ୍ତି, ତେବେ ଜିଲ୍ଲା ସ୍ତରରେ ଆନ୍ଦୋଳନ ହେବ ।
୬ରେ ଆନେ୍ଦାଳନ କରିବ ବିଜେଡି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











