ବାଲେଶ୍ୱର : ସାହାସୀ ସୈାମ୍ୟାଶ୍ରୀ ଶେଷରେ ଆଖି ବୁଜିଲେ । ୬୦ ଘଣ୍ଟା ଜୀବନ ଯୁଦ୍ଧରେ ଲଢେଇ କଲେ । କିନ୍ତୁ ଶେଷରେ ହାରିଗଲେ । ପୈତୃକ ଗାଁ ମଶାଣି ରେ ଜଳିଲା ସୌମ୍ୟାଶ୍ରୀଙ୍କ ମୃତ ଶରୀର । ପଳାସିଆ ଗାଁ ମଶାଣିରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମୁଖାଗ୍ନି ଦେଲେ ସୌମ୍ୟାଶ୍ରୀଙ୍କ ଭାଇ । ସୌମ୍ୟାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ପୂରା ଗାଁ ଏକାଠି ହୋଇଥିବା ବେଳେ, ଭାଙ୍ଗିପଡ଼ିଛି ପୂରା ପରିବାର । ନିଜ ଝିଅକୁ ହରାଇ ସ୍ଥାଣି ପାଲଟିଯାଇଛନ୍ତି ବାପା ମାଆ । ଝିଅ ଆଉ ଏ ଦୁନିଆରେ ନାହିଁ ବୋଲି ନିଜକୁ ବୁଝାଇ ପାରୁନାହାନ୍ତି ସୌମ୍ୟାଙ୍କ ମାଆ । ମୃତଦେହ ଦେଖି କହୁଛନ୍ତି ମୋ ଝିଅ ମରିନି ବଞ୍ଚିଛି । ଛାତି ଫଟାଇ କାନ୍ଦୁଛି ପୁରା ପରିବାର । ମୁଣ୍ଡ ବାଡେଇ କାନ୍ଦୁଛି ଜେଜେ ମା’, ଭଉଣୀକୁ ଝୁରି କାନ୍ଦୁଛନ୍ତି ଭାଇ ଭଉଣୀ । ଏ ହୃଦୟ ଥରା ଦୃଶ୍ୟ ସମଗ୍ର ଅଞ୍ଚଳକୁ ଦୋହଲାଇ ଦେଇଛି ।
ସୋମବାର ବିଳମ୍ବିତ ରାତିରେ ଏମ୍ସ କର୍ତ୍ତୃପକ୍ଷ ତାଙ୍କୁ ମୃତ (କ୍ଲିନିକାଲ୍ ଡେଥ୍) ଘୋଷଣା କରିଛନ୍ତି । ଫଳରେ ନିଜ କଲେଜ ଅଧ୍ୟାପକଙ୍କ ଦ୍ବାରା ନିର୍ୟାତନାର ଶିକାର ହୋଇ ଅନ୍ୟାୟ ବିରୋଧରେ ଲଢ଼ିଥିବା ଏହି ମୋଧାବିନୀ ଛାତ୍ରୀଙ୍କ ସଂଘର୍ଷର ଦୁଃଖଦ ଅନ୍ତ ଘଟିଛି । ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ । ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା । ତେବେ ଡାକ୍ତରମାନଙ୍କ ସମସ୍ତ ପ୍ରୟାସ ସତ୍ତ୍ବେ ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ପରିଲକ୍ଷିତ ହୋଇ ନଥିଲା । ତାଙ୍କର ଶ୍ବାସନଳୀ, ହୃତ୍ପିଣ୍ଡ, ବୃକକ୍ ସମେତ ଶରୀରର ଗୁରୁତ୍ବପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ଅକାମି ହୋଇ ପଡ଼ିଥିଲା ।
୬୦ ଘଣ୍ଟାର ଲଢେଇ ପରେ ଜୀବନ ଯୁଦ୍ଧରେ ହାରିଗଲେ ସୈାମ୍ୟାଶ୍ରୀ , ଗାଁ ମଶାଣିରେ ହେଲା ଶେଷକୃତ୍ୟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











