ଭୁବନେଶ୍ୱର : ୭୬ ବର୍ଷରେ ପାଦ ଥାପିଲା ରାଜଧାନୀ ଭୁବନେଶ୍ୱର । ୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ସ୍ୱୀକୃତି । ସମୟ ସହିତ ତାଳ ଦେଇ ଭୁବନେଶ୍ୱରର ନବକଳେବର ହୋଇଛି । ଆଜି ପ୍ରତିଷ୍ଠା ଦିବସ ଉପଲ କ୍ଷେ ସଜେଇ ହୋଇଛି ରାଜଧାନୀ । ପ୍ରତିଷ୍ଠା ଉତ୍ସବ ପାଇଁ ବିଧାନସଭା ଆଗରେ ଥିବା ରାଜଧାନୀ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ ସହିତ ପତାକା ଉତ୍ତୋଳନ କରାଯାଇଛି । ବିଧାନସଭା, ଲୋକସେବା ଭବନ, କମିଶନରେଟ୍ ପୋଲିସ ବିଲ୍ଡିଂ ସମେତ ରାସ୍ତାଘାଟ ରଙ୍ଗୀନ୍ ଆଲୋକମାଳାରେ ଝଲସୁଛି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସମେତ ପୋଲିସ କମିଶନର ସଂଜୀବ ପଣ୍ଡା, ଡିସିପି ପ୍ରତୀକ ସିଂ ଉପସ୍ଥିତ ଥିଲେ। ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବଚ୍ଛ, ସୁନ୍ଦର ଭୁବନେଶ୍ବର ନିଜ ଐତିହ୍ୟ ଓ ଗାରିମାକୁ ଅକ୍ଷୁର୍ଣ୍ଣ ରଖି ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ଭୁବନେଶ୍ବର ବିଭିନ୍ନ କ୍ଷେତ୍ରରେ ନୂଆ ଇତିହାସ ଲେଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
୭୬ ବର୍ଷରେ ପାଦ ଥାପିଲା ରାଜଧାନୀ ଭୁବନେଶ୍ୱର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











