ପାରାଦୀପ : ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା । ବିରଳ ଅଲିଭ ରିଡେଲ କଇଁଛ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା । ସମୁଦ୍ର କୂଳ ଠାରୁ ୨୦ କିମି ପର୍ଯ୍ୟନ୍ତ ମାଛ ଧରିବା ଉପରେ କଟକଣା । ରୁଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମଧ୍ୟ ମାଛଧରା ନିଷେଧ । ଯନ୍ତ୍ରଚାଳିତ ବୋଟ ଚଳାଚଳ ବନ୍ଦ , ଆଇନ ଭାଙ୍ଗିଲେ ଜେଲ ଓ ଜରିମାନା । ସେହିପରି ବିରଳ ଅଲିଭ ରିଡଲେ କଇଁଛଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣ ଠାରୁ ଦେବୀ ମୁହାଣ ଯାଏଁ ୧୬୦ କିଲୋମିଟର ପର୍ୟ୍ୟନ୍ତ ଲାଗିବ କଟକଣା । ୭ ମାସ ଧରି ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି । ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସଂପୂର୍ଣ୍ଣ ନିଷେଧାଜ୍ଞା ରହିଛି । ତେବେ କଇଁଛ ପ୍ରଜନନ ଋତୁ ପାଇଁ ଧାମରା ମୁହାଣରୁ ଦେବୀ ମୁହାଣ ଯାଏ ସମୁଦ୍ରକୂଳ ଠାରୁ ୨୦ କି.ମି. ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍, ଭୁଟୁଭୁଟି ଚଳାଚଳ ବନ୍ଦ ସହିତ ମାଛ ଧରା ଉପରେ କଟକଣା ଜାରି କରାଯାଇଛି ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୭ ସମୁଦ୍ରରେ ମାଛଧରା ନିଷେଧ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











