The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

Facebook
Twitter
LinkedIn

ବୁଧବାରଠୁ ଆରମ୍ଭ ଦ୍ବିତୀୟ ପର୍ଯ୍ୟାୟ ମୌସୁମୀ ଅଧିବେଶନ । ଗୃହରେ ୧୦ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପିତ ହେବ । ୧୪-୨୯ ତାରିଖ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର ଗୃହରେ ଆଲୋଚନା ହୋଇନପାରିବ ୨୯ ତାରିଖରେ ଗିଲୋଟିନରେ ପାରିତ ହେବ। ୩୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ। ଗୃହ କାର୍ଯ୍ୟ ଶୃଙ୍ଖଳିତ ଭାବେ ଚଳାଇବାକୁ ଅନୁରୋଧ କରିଛନ୍ତି ବାଚସ୍ପତି।

ପ୍ରଥମ ପର୍ଯ୍ୟାୟରେ କେବଳ ଗୋଟେ ଦିନ ପ୍ରଶ୍ନକାଳ ପ୍ରଭାବିତ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ କିପରି ପ୍ରଶ୍ନକାଳ ଶୃଙ୍ଖଳିତ ହେବ ସେ ନେଇ ପ୍ରୟାସ କରାଯିବ ବୋଲି ବାଚସ୍ପତି କହିଛନ୍ତି । ଦ୍ବିତୀୟ ପର୍ଯ୍ୟାୟରେ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି ବିରୋଧୀ । ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ଛାତ୍ରୀଙ୍କ ମା’ଙ୍କୁ ଉଠାଇ ନେବା, ଚାଷୀ ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରିବ କଂଗ୍ରେସ ।

ସେପଟେ ବିଜେପି କହିଛି ରାଜ୍ୟରେ ଆଇନ ଶୃଙ୍ଖଳା ବିଗିଡିଛି । ମହିଳା ସୁରକ୍ଷିତ ନୁହେଁ, ଚୋରି, ଡକାୟତି ଚାଲିଛି। ଚାଷୀ ଆତ୍ମହତ୍ୟା ବଢୁଛି। ସରକାରୀ ତଥ୍ୟଠୁ ଅଧିକ ଚାଷୀ ଆତ୍ମହତ୍ୟା କରୁଛନ୍ତି । ସବୁ କ୍ଷେତ୍ରରେ ସରକାର ବିଫଳ। ରୁଚିକା ପ୍ରସଙ୍ଗ ବି ଉଠାଇବ ଦଳ। ଗୃହ କାର୍ଯ୍ୟ ଅଧିକ ସମୟ ଚାଲିବ ବୋଲି ଆଶା ରଖୁଛୁ । କିନ୍ତୁ ଗୁରୁତର ପ୍ରସଙ୍ଗକୁ ସରକାର ଏଡେଇଗଲେ ପ୍ରତିବାଦ କରାଯିବ ବୋଲି କହିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ।

ସରକାରୀ ଦଳ ମୁଖ୍ୟ ସଚେତକ କହିଛନ୍ତି, ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ମୁଖ୍ୟ ପର୍ଯ୍ୟାୟ । ବିଭାଗୱାରୀ ଖର୍ଚ୍ଚ ଦାବି ଆଲୋଚନା ହେବ । ଯାହା କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି ସେହି ଅନୁସାରେ ସମସ୍ତ କାର୍ଯ୍ୟକ୍ରମ ଚାଲିବ । ବରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ । ବିରୋଧୀ ଦଳ ମୁଲତବୀ ପ୍ରସ୍ତାବ ଆକାରରେ ଆଣିଲେ ଆଲୋଚନା କରାଯିବ ବୋଲି ସରକାରୀ ମୁଖ୍ୟ ସଚେତକ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login