ପାଟନା : ବିହାରର ଏକ ସ୍କୁଲରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନରୁ ବିଷାକ୍ତ ସାପ ବାହାରିଛି । ଫଳରେ ଅନେକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଫାରବିସଗଞ୍ଜର ଅମୌନାରେ ହୋଇଥିବା ଏଭଳି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ଖେଚୁଡ଼ି ପରଷା ଯାଇଥିଲା । ଯେଉଁଥିରେ ଏକ ବିଷାକ୍ତ ସାପ ବାହାରିଥିବା ଦେଖାଯାଇଛି । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ସେମାନଙ୍କୁ ଅତି ଶୀଘ୍ର ଫାରବିସଗଞ୍ଜର ସବ ଡିଭିଜନାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସମସ୍ତ ଛାତ୍ରଛାତ୍ରୀଙ୍କ ଚିକିତ୍ସା ଚାଲିଛି ।
ଖାଦ୍ୟରେ ସାପ ବାହାରିଥିବା ଘଟଣାଟି ଗାଁରେ ବ୍ୟାପି ଯାଇଥିଲା । ପରେ ଗାଁ ଲୋକେ ସ୍କୁଲ ପହଞ୍ଚି ଉତ୍ତେଜନା ସୃଷ୍ଟି କରିଥିଲେ । ଏଭଳି ଅଭାବନୀୟ ଘଟଣା ପରେ ସ୍ଥାନୀୟ ବିଧାୟକ, ଏସଡିଏମ ଏବଂ ଡିଏସପିଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଡାକ୍ତରଖାନାରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ବର୍ତ୍ତମାନ ସୁସ୍ଥ ଥିବା ଜଣା ପଡ଼ିଛି ।
ମଧ୍ୟାହ୍ନ ଭୋଜନରୁ ବାହାରିଲା ବିଷାକ୍ତ ସାପ, ଛାତ୍ରଛାତ୍ରୀ ଅସୁସ୍ଥ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











