ଜଗତସିଂହପୁର : ନାଟ୍ୟ ଜଗତର ଅନନ୍ୟ ପ୍ରତିଭା ଭାବରେ ଜଗତସିଂହପୁର ଜିଲ୍ଲା ସମଙ୍ଗ ଗାଁର ସ୍ବର୍ଗତ ଆର୍ତ୍ତବନ୍ଧୁ ରାଉତରାୟଙ୍କ ସ୍ମୃତି ରେ ପାଳନ ହେଉଛି ଉତ୍ସବ ନବରସ ।ଆର୍ତ୍ତବନ୍ଧୁ ସ୍ମୃତି ପରିଷଦ ପକ୍ଷରୁ ଆୟୋଜିତ ଏହି ନବରସ ଉତ୍ସବର ଉଦ୍ଘାଟନୀ ଉତ୍ସବରେ ଉଦ୍ଘାଟକ ଭାବରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି,ମୁଖ୍ୟ ଅତିଥି ଭାବରେ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ମୁଖ୍ୟ ବକ୍ତା ବିଶିଷ୍ଟ ଶିକ୍ଷାବିତ ଡକ୍ଟର ଅଜୟ କୁମାର ମିଶ୍ର ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ ପ୍ରମୁଖ ଯୋଗ ଦେଇଥିଲେ । ଆର୍ତ୍ତବନ୍ଧୁ ରାଉତରାୟ ଥିଲେ ନାଟ୍ୟ ଜଗତର ଅନନ୍ୟ ପ୍ରତିଭା ।ତାଙ୍କର ଅବଦାନ ନାଟ୍ୟ ଜଗତକୁ ପ୍ରେରଣା ଦେବା ସହିତ ତାଙ୍କର କାଳଜୟୀ ନାଟ୍ୟ ରଚନା ଆଜି ଅମ୍ଳାନ ସ୍ମୃତି ହୋଇ ରହିଛି ବୋଲି କହିଥିଲେ । ସ୍ମୃତି ପରିଷଦ ସଭାପତି ବଦ୍ରୀ ନାରାୟଣ ମହାନ୍ତି ସଭାପତିତ୍ୱ କରିଥିବା ବେଳେ ସମ୍ପାଦକ ତଥା ଆର୍ତ୍ତବନ୍ଧୁ ରାଉତରାୟଙ୍କ ସୁପୁତ୍ର ତପନ ରାଉତରାୟ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ ।ଏହି ଅବସରରେ ବହୁ ବରିଷ୍ଠ ମଞ୍ଚ କଳାକାରଙ୍କୁ ପରିଷଦ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।ପରେ ସ୍ଥାନୀୟ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରାଯାଇଥିଲା ।
ଉତ୍ସବ ନବରସ ପାଳିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











