ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାହାନଗ ଗସ୍ତ କାର୍ୟ୍ୟକ୍ରମରେ ପରିବର୍ତ୍ତନ ହୋଇଛି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ନଆସି ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲ୍ଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେସନ୍ରେ ପହଞ୍ଚିଥିଲେ।ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି କେ ମିଶ୍ର ମଧ୍ୟ ଉପସ୍ଥିତ । ସେଠାରୁ ସେ ଏକ ବାୟୁସେନାର ହେଲିକପ୍ଟର ଯୋଗେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଡାକ୍ତରଖାନାରେ ଆହତଙ୍କୁ ଭେଟିବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ପୂର୍ବାହ୍ଣରେ ଟ୍ରେନ୍ ଦୁର୍ଘଟଣା ନେଇ ସମୀକ୍ଷା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ରେଳବାଇର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୋଦୀଙ୍କ ଅଚାନକ ଓଡ଼ିଶା ଗସ୍ତ ପୂର୍ବରୁ ରେଳମନ୍ତ୍ରୀ ଅଶ୍ବିନୀ ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଗୁରୁତରମାନଙ୍କୁ ଭେଟିଥିଲେ।
କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ବାହାନଗାରେ ପ୍ରଧାନମନ୍ତ୍ରୀ ମୋଦୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











