ଭୁବନେଶ୍ୱର : ଦୁର୍ଘଟଣାର ମୂଳ କାରଣ ଜଣାପଡିଥିବା କହିଲେ ରେଳ ମନ୍ତ୍ରୀ । ଆଜି ଦୁର୍ଘଟଣାସ୍ଥଳ ପୁଣି ପରିଦର୍ଶନ ପରେ ରେଳମନ୍ତ୍ରୀଙ୍କ ସୂଚନା । ଇଲେକ୍ଟ୍ରୋନିକ ଇଣ୍ଟରଲକିଂ ସିଷ୍ଟମ ତ୍ରୁଟି ଯୋଗୁଁ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପାଇଁ ଦାୟୀ ବ୍ୟକ୍ତି ମଧ୍ୟ ଚିହ୍ନଟ ହୋଇଛନ୍ତି । ରେଲ ସେଫ୍ଟି କମିଶନ ଖୁବଶୀଘ୍ର ତଦନ୍ତ ରିପୋର୍ଟ ଦାଖଲ କରିବେ । ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ହେବ । ବାଲେଶ୍ୱର ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୩୦୦ରେ ପହଞ୍ଚିଥିବା ବେଳେ ୮୦୦ରୁ ଅଧିକ ଆହତ ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଖବର ଅନୁଯାୟୀ, ଶୁକ୍ରବାର ଦିନ ହାୱଡାରୁ ଚେନ୍ନାଇ ଯାଉଥିବା କରମଣ୍ଡଳ ଏକ୍ସପ୍ରେସ୍ ବାଲେଶ୍ୱର ବାହାନଗା ନିକଟରେ ପ୍ରଥମେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପୂର୍ବରୁ ଛିଡ଼ା ହୋଇଥିବା ଏକ ମାଲ୍ବାହୀ ଗାଡ଼ିକୁ ଧକ୍କା ଦେଇ ଓଲଟି ପଡ଼ିଥିଲା କରମଣ୍ଡଳ। ଏପରିକି ମାଲ୍ବାହୀ ଗାଡ଼ି ଉପରକୁ ଚଢ଼ି ଯାଇଛି କରମଣ୍ଡଳ।
Views: 92











