ଟ୍ରେନ ଟ୍ରାଜେଡି : ଭଙ୍ଗାଯାଉଛି ବାହାନଗା ହାଇସ୍କୁଲ ଘର । ଦୁର୍ଘଟଣା ପରେ ମୃତଦେହ ରଖାଯାଇଥିବା ସ୍କୁଲ ଘର ଭଙ୍ଗାଯାଉଛି । ପିଲାମାନେ ଡରୁଥିବାରୁ ସମ୍ପୃକ୍ତ ସ୍କୁଲ ଘରକୁ ଭାଙ୍ଗୁଛି ପ୍ରଶାସନ । ସ୍କୁଲ ପରିଚାଳନା କମିଟି ଉପସ୍ଥିତିରେ ଭଙ୍ଗା ଯାଉଛି ସ୍କୁଲ ଘର । ସ୍କୁଲ ଘର ଭଙ୍ଗାଯିବା କାର୍ୟ୍ୟରେ ୨ଟି ଜେସିବି ନିୟୋଜିତ କରାଯାଇଛି। ତହସିଲଦାର ଓ ପୋଲିସ ଉପସ୍ଥିତିରେ ଚାଲିଛି ଭଙ୍ଗା କାର୍ୟ୍ୟ। ଗତକାଲି ବାଲେଶ୍ୱର ଜିଲ୍ଲାପାଳ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ। ଗ୍ରୀଷ୍ମ ଛୁଟି ସରିଆସୁଛି, ଖୁବ୍ଶୀଘ୍ର ସ୍କୁଲ ଖୋଲିବାକୁ ଯାଉଛି। ହେଲେ ଦୁର୍ଘଟଣା ପରେ ପିଲାମାନେ ଭୟଭୀତ ହୋଇ ରହିଥିବାରୁ ପ୍ରଶାସନ ପକ୍ଷରୁ ସ୍କୁଲ ଘର ଭଙ୍ଗାଯିବା ନେଇ ନିଷ୍ପତ୍ତି ନିଆଯାଇଛି।ସେପଟେ ଶବ ରହିଥିବା ଏହି ହାଇସ୍କୁଲର ଶ୍ରେଣୀ ଗୃହଗୁଡ଼ିକୁ ସମ୍ପୂର୍ଣ୍ଣ ଭାଙ୍ଗି ସେଠାରେ ନୂତନ କୋଠା ତିଆରି କରାଯାଇପାରେ ବୋଲି ବାଲେଶ୍ବର ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ କହିଛନ୍ତି। ଗତକାଲି ପ୍ରାୟ ସାଢ଼େ ୧୨ଟାରେ ଜିଲ୍ଲାପାଳ ଶ୍ରୀ ସିନ୍ଦେ ଓ ଜିଲ୍ଲା ଶିକ୍ଷାଧିକାରୀ ବିଷ୍ଣୁଚରଣ ସୂତାର ବାହାନଗା ହାଇସ୍କୁଲରେ ପହଞ୍ଚି ମୃତଦେହ ରଖାଯାଇଥିବା ସ୍ଥାନ ଅନୁଧ୍ୟାନ କରିବା ସହ ଉପସ୍ଥିତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଓ ପୁରାତନ ଛାତ୍ର ସଂସଦର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। କଥାବାର୍ତ୍ତା ପରେ ଜିଲ୍ଲାପାଳ ଶ୍ରୀ ସିନ୍ଦେ କହିଛନ୍ତି, ଅଞ୍ଚଳବାସୀ ତଥା ଅଭିଭାବକମାନଙ୍କ ଭାବାବେଗକୁ ସମ୍ମାନ ଜଣାଇ ସ୍କୁଲ ପରିଚାଳନା କମିଟିର ନିଷ୍ପତ୍ତି ଅନୁସାରେ ପଦକ୍ଷେପ ନିଆଯିବ।
ଭଙ୍ଗାଯାଉଛି ବାହାନଗା ହାଇସ୍କୁଲ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...