ଟ୍ରେନ ଟ୍ରାଜେଡି : ଭଙ୍ଗାଯାଉଛି ବାହାନଗା ହାଇସ୍କୁଲ ଘର । ଦୁର୍ଘଟଣା ପରେ ମୃତଦେହ ରଖାଯାଇଥିବା ସ୍କୁଲ ଘର ଭଙ୍ଗାଯାଉଛି । ପିଲାମାନେ ଡରୁଥିବାରୁ ସମ୍ପୃକ୍ତ ସ୍କୁଲ ଘରକୁ ଭାଙ୍ଗୁଛି ପ୍ରଶାସନ । ସ୍କୁଲ ପରିଚାଳନା କମିଟି ଉପସ୍ଥିତିରେ ଭଙ୍ଗା ଯାଉଛି ସ୍କୁଲ ଘର । ସ୍କୁଲ ଘର ଭଙ୍ଗାଯିବା କାର୍ୟ୍ୟରେ ୨ଟି ଜେସିବି ନିୟୋଜିତ କରାଯାଇଛି। ତହସିଲଦାର ଓ ପୋଲିସ ଉପସ୍ଥିତିରେ ଚାଲିଛି ଭଙ୍ଗା କାର୍ୟ୍ୟ। ଗତକାଲି ବାଲେଶ୍ୱର ଜିଲ୍ଲାପାଳ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ। ଗ୍ରୀଷ୍ମ ଛୁଟି ସରିଆସୁଛି, ଖୁବ୍ଶୀଘ୍ର ସ୍କୁଲ ଖୋଲିବାକୁ ଯାଉଛି। ହେଲେ ଦୁର୍ଘଟଣା ପରେ ପିଲାମାନେ ଭୟଭୀତ ହୋଇ ରହିଥିବାରୁ ପ୍ରଶାସନ ପକ୍ଷରୁ ସ୍କୁଲ ଘର ଭଙ୍ଗାଯିବା ନେଇ ନିଷ୍ପତ୍ତି ନିଆଯାଇଛି।ସେପଟେ ଶବ ରହିଥିବା ଏହି ହାଇସ୍କୁଲର ଶ୍ରେଣୀ ଗୃହଗୁଡ଼ିକୁ ସମ୍ପୂର୍ଣ୍ଣ ଭାଙ୍ଗି ସେଠାରେ ନୂତନ କୋଠା ତିଆରି କରାଯାଇପାରେ ବୋଲି ବାଲେଶ୍ବର ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ କହିଛନ୍ତି। ଗତକାଲି ପ୍ରାୟ ସାଢ଼େ ୧୨ଟାରେ ଜିଲ୍ଲାପାଳ ଶ୍ରୀ ସିନ୍ଦେ ଓ ଜିଲ୍ଲା ଶିକ୍ଷାଧିକାରୀ ବିଷ୍ଣୁଚରଣ ସୂତାର ବାହାନଗା ହାଇସ୍କୁଲରେ ପହଞ୍ଚି ମୃତଦେହ ରଖାଯାଇଥିବା ସ୍ଥାନ ଅନୁଧ୍ୟାନ କରିବା ସହ ଉପସ୍ଥିତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଓ ପୁରାତନ ଛାତ୍ର ସଂସଦର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। କଥାବାର୍ତ୍ତା ପରେ ଜିଲ୍ଲାପାଳ ଶ୍ରୀ ସିନ୍ଦେ କହିଛନ୍ତି, ଅଞ୍ଚଳବାସୀ ତଥା ଅଭିଭାବକମାନଙ୍କ ଭାବାବେଗକୁ ସମ୍ମାନ ଜଣାଇ ସ୍କୁଲ ପରିଚାଳନା କମିଟିର ନିଷ୍ପତ୍ତି ଅନୁସାରେ ପଦକ୍ଷେପ ନିଆଯିବ।
ଭଙ୍ଗାଯାଉଛି ବାହାନଗା ହାଇସ୍କୁଲ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











