The Ultimate Managed Hosting Platform
ADVERTISEMENT

ରଥଯାତ୍ରାରେ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ

Facebook
Twitter
LinkedIn

ପୁରୀ: ଆଗାମୀ ଜୁନ୍ ୨୦ ତାରିଖରେ ଅନୁଷ୍ଠିତ ହେବ ରଥଯାତ୍ରା । ରଥଯାତ୍ରାରେ ପୁରୀ ସହରକୁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ଜଗିବେ। ଏଥିସହ ପୁଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ୱରେ ରହିବେ। ଏଥିପାଇଁ ପୁରୀ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି।
ଚଳିତବର୍ଷ ରଥଯାତ୍ରାରେ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁମାନଙ୍କର ଆଗମନକୁ ଦୃଷ୍ଟିରେ ରଖି ଟ୍ରାଫିକ୍ ବ୍ୟବସ୍ଥାକୁ ପରିଚାଳନା ନେଇ ଆଜି ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ତଥା ଟ୍ରାନ୍ସପୋର୍ଟ କମିଶନର ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ଏସ୍ଆଇଡବ୍ଲ୍ୟୁ ଡିଆଇଜି ଅଖିଳେଶ୍ବର ସିଂହ, ଭୁବନେଶ୍ବର ଅତିରିକ୍ତ କମିଶନର ଉମାଶଙ୍କର ଦାଶ, ପୁରୀ ଏସ୍ପି ଡା. କନୱର. ବିଶାଳ ସିଂହ, ହେଡ୍କ୍ବାଟର ଏସ୍ପି ରାହୁଲ ଜେନ୍ ପ୍ରମୁଖ ଯୋଗ ଦେଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login