ଭୁବନେଶ୍ୱର : ରାଜ୍ୟରେ ହେୁଛି ଘନ ଘନ ବିଦ୍ୟୁତ କାଟ୍ । ତେବେ ଏ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ଓଡ଼ିଶାରେ ବିଚିତ୍ର କଥା ଦଖିବାକୁ ମିଳୁଛି । ବିଭାଗୀୟ ମନ୍ତ୍ରୀ, ସଚିବ ଓ ବିଜେଡି ନେତାଙ୍କର ପରସ୍ପର ବିରୋଧୀ ମନ୍ତବ୍ୟ ଦେଉଛନ୍ତି । ଏହା ରାଜ୍ୟ ସରକାରଙ୍କ ଶାସନଗତ ବିଫଳତାର ଚରମ ନିଦର୍ଶନ । ଏହାସହ ଧର୍ମେନ୍ଦ୍ର କହିଛନ୍ତି, ଦୀପ ତଳ ଅନ୍ଧାର ଭଳି ଓଡ଼ିଶାରେ ଏତେ କୋଇଲା ଆଉ ଜଳ ଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ଅବ୍ୟବସ୍ଥା କାରଣରୁ ଗର୍ଭନାନ୍ସ ଡେଫିସେନ୍ସି ଦେଖାଦେଇଛି । ଯେଉଁମାନେ ନିଜ ବିଭାଗ ସମ୍ଭାଳିବା କଥା ସେମାନେ କେବଳ ପ୍ରଚାରରେ ମାତିଛନ୍ତି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ସେହିପରି ମୁଖ୍ୟ ଶାସନ ସଚିବଙ୍କ ମନ୍ତବ୍ୟକୁ ନାପସନ୍ଦ କରିଛନ୍ତି କେନ୍ଦ୍ରମନ୍ତ୍ରୀ । କହିଛନ୍ତି, ମୁଖ୍ୟ ଶାସନ ସଚିବ ଟ୍ୱିଟ୍ କରି କହିଲେ, ଯେ ଏପ୍ରକାର କାମ ଚଳିବ ନାହିଁ । ଯଦି ମୁଖ୍ୟ ଶାସନ ସଚିବ ବ୍ୟବସ୍ଥା ହୁଗୁଳିବା ପରେ ଚଳିବନି ବୋଲି କହିବେ ତେବେ କିଏ ଚଳାଇବ ବୋଲି ଧର୍ମେନ୍ଦ୍ର ପ୍ରଶ୍ନ କରିଛନ୍ତି । ଏହା ଏକ ବିପର୍ୟ୍ୟସ୍ତ ପରିସ୍ଥିତି ଆଡକୁ ଯାଉଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ବିଦ୍ୟୁତ୍ କାଟକୁ ନେଇ ବର୍ଷିଲେ ଧର୍ମେନ୍ଦ୍ର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











