The Ultimate Managed Hosting Platform
ADVERTISEMENT

ମନି ଲଣ୍ଡରିଂ ମାମଲାରେ ତାମିଲନାଡୁ ଶକ୍ତିମନ୍ତ୍ରୀ ଗିରଫ

Facebook
Twitter
LinkedIn

ନୂଆଦିଲ୍ଲୀ : ମନି ଲଣ୍ଡରିଂ ମାମଲାରେ ତାମିଲନାଡୁ ଶକ୍ତି ଓ ଅବକାରୀ ମନ୍ତ୍ରୀ ଭି. ସେନଥିଲ୍ ବାଲାଜୀ ଗିରଫ । କ୍ୟାସ୍ ଫର ଜବ୍ ସ୍କାମ ମାମଲାରେ ବାଲାଜୀଙ୍କୁ ଇଡି ବାନ୍ଧିବା ପରେ ଦେଖିବାକୁ ମିଳିଛି ହାଇ ଡ୍ରାମା । ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ କାର ଭିତରେ କାନ୍ଦି କାନ୍ଦି ଗଡ଼ି ଯାଇଥିଲେ ବାଲାଜୀ । ସଙ୍ଗେ ସଙ୍ଗେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ବାଲାଜୀଙ୍କୁ ହସ୍ପିଟାଲରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ । ମୁଖ୍ୟମନ୍ତ୍ରୀଙ୍କ ସହ ଏକାଧିକ ମନ୍ତ୍ରୀ ହସ୍ପିଟାଲରେ ପହଞ୍ଚି ବାଲାଜୀଙ୍କୁ ଭେଟିଛନ୍ତି । ଚାକିରି ପାଇଁ ଟଙ୍କା ନେଇଥିବା ଅଭିଯୋଗ ପରେ ଇଡି ଟିମ୍ ମନ୍ତ୍ରୀଙ୍କ ବାସଭବନ ସମେତ ଅନ୍ୟକିଛି ସ୍ଥାନରେ ଚଢ଼ାଉ କରିଥିଲା । ୨୪ ଘଣ୍ଟା ଧରି ଚଢ଼ାଉ ପରେ ବାଲାଜୀଙ୍କୁ ଇଡି ଗିରଫ କରିଥିଲା । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଓମାନଦୂରାର ସରକାରୀ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି । ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି । ସେଠାରେ ରାପିଡ ଆକ୍ସନ ଫୋର୍ସଙ୍କୁ ମୁତୟନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login