The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା.୧୬-୦୬-୨୦୨୩ ରିଖ ଶୁକ୍ରବାର)

Facebook
Twitter
LinkedIn

ମେଷ-ଆଜି ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ଦେଖାଦେବ ଓ ବନ୍ଧୁ ମିଳନରୁ ଖୁସି ରହିବେ । କିନ୍ତୁ ସନ୍ଧ୍ୟାରେ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ରାଜନୀତିରେ, ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଲେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପକ୍ଷପାତିତା ଓ ବ୍ୟବହାରିକ ବ୍ୟତିକ୍ରମ ସକାଶେ ମନ ଭାରାକ୍ରାନ୍ତ ରହିବ ।

ବୃଷ-ଆଜିର କାମଗୁଡ଼ିକ ସମ୍ପନ୍ନ କରିବାରେ ବହୁତ କଷ୍ଟ ଭୋଗ କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପୂର୍ବ ସ୍ଥିରୀକୃତ ଯୋଜନା ଅନୁଯାୟୀ ବନ୍ଧୁଦ୍ୱାରକୁ ଗମନ କରିପାରନ୍ତି। ଶତ୍ରୁତା କରୁଥିବା ଲୋକମାନଙ୍କ ନିକଟରୁ ଯଥା ସମ୍ଭବ ଦୂରେଇ ରହିବା ଭଲ ହେବ ।

ମିଥୁନ-ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ପ୍ରଶାସନିକ, ପରିବହନ, ବ୍ୟବସାୟ, ନିର୍ମାଣ ଓ ଆଲୋଚନା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇପାରନ୍ତି । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବାଦବିବାଦ କ୍ରମେ ଜଟିଳ ହୋଇପାରେ ।

କର୍କଟ-ଉନ୍ନତ ଚିନ୍ତାଧାରା ସହିତ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରି କାର୍ଯ୍ୟ ହାସଲ କରିବେ । କିନ୍ତୁ ଈର୍ଷାପରାୟଣ ଶତ୍ରୁମାନଙ୍କର ସମସ୍ୟା ସୃଷ୍ଟି ମନକୁ ଭାରାକ୍ରାନ୍ତ କରିବ । ପରିବାରରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କଲେ ସଫଳତା ପାଇବେ। ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ଦୂରଯାତ୍ରା କରିପାରନ୍ତି ।

ସି˚ହ-ପାରିପାର୍ଶ୍ୱିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖିବା ପରେ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା ହ୍ରାସ ପାଇପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ବିଭିନ୍ନ ଯୋଜନାରେ ସଫଳ ହେବେ । କେତେକ କାମର ପରିକଳ୍ପନା କରି ତାହାକୁ ଆରମ୍ଭ କରିବାର ମନସ୍ଥ କରିପାରନ୍ତି । ଘରୋଇ କାମରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ।

କନ୍ୟା-କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ସମସ୍ୟା ରହିଥିଲେ ମଧ୍ୟ ବୁଝିବିଚାରି କାମ କରିବା ସାଙ୍ଗକୁ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ । ପରିବାରରେ ସାଧାରଣ କଥାକୁ ଗୁରୁତର ସହ ବିଚାର କରି କାମ କରିବା ଭଲ ହେବ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ ବନ୍ଧୁ କେହି ଈର୍ଷାପରାୟଣ ହୋଇ ସମସ୍ୟା ସୃଷ୍ଟି କରିପାରନ୍ତି ।

ତୁଳା-ଆଜି ନିଜ ଲୋକଙ୍କ ବିରୁଦ୍ଧାଚରଣ ପରିବେଶକୁ ସରଗରମ କରିରଖିବ। ବ୍ୟବସାୟିକ, ସାମାଜିକ, ଅଭିବୃଦ୍ଧି ବୃଦ୍ଧି ପାଇବାରୁ ସାମୟିକ ଖୁସି ରହିବେ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣରୁ ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିବ । କର୍ମକ୍ଷେତ୍ରରେ ସାଧାରଣ କଥାରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ ।

ବିଛା-କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି ଅସୁବିଧା ହେବନି । ବନ୍ଧୁଙ୍କ ବିପରୀତ ଆଚରଣରେ ଦୁଃଖୀ ହେବେ । ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତିରେ ପ୍ରତିବନ୍ଧକଜନିତ କେତେକ ପରିସ୍ଥିତିରୁ ଚିନ୍ତିତ ରହିପାରନ୍ତି ।

ଧନୁ-ସ୍ବାସ୍ଥ୍ୟ ସମସ୍ୟା, ଅସଜଡ଼ା ପାରିବାରିକ ପରିସ୍ଥିତି ସହ କର୍ମକ୍ଷେତ୍ରରେ କଳହକୁ ନେଇ ଅଶାନ୍ତି ଲାଗିରହିପାରେ । ବ୍ୟବସାୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିବେ । ଜମିଜମା, କଚେରି ମାମଲା, ରାଜନୈତିକ କ୍ଷେତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି ।

ମକର-ଦୀର୍ଘଦିନରୁ ପ୍ରତୀକ୍ଷିତ ଖବର ପାଇବା ସାଙ୍ଗକୁ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଚେଷ୍ଟା କରୁଥିବା କାମରେ ସଫଳତା ମିଳିପାରେ। ବ୍ୟବସାୟୀମାନେ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ନିଜର ଲକ୍ଷ୍ୟ ହାସଲ କରିପାରିବେ। ପାରିବାରିକ ଦୃଷ୍ଟିକୋଣରୁ ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ।

କୁମ୍ଭ-ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ ଓ ଲକ୍ଷ୍ୟ ହାସଲ କରିବେ। ଗତକାଲିର ଯୋଜନା ମୁତାବକ ଆବଶ୍ୟକ ସୁବିଧା ସୁଯୋଗ ଆପଣାଛାଏଁ ଜୁଟିଯିବ। ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ । କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login