The Ultimate Managed Hosting Platform
ADVERTISEMENT

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ରଥଯାତ୍ରା ଅବସରରେ ସମସ୍ତକୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥଯାତ୍ରା ଉପଲକ୍ଷେ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ ତିନି ଠାକୁର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login