ଭୁବନେଶ୍ୱର : କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ଅନୁସାରେ ଆରମ୍ଭ ହେବ କାମ । ଆହୁରି ଭବ୍ୟ ଓ ସୁନ୍ଦର ହେବ ଦେଶର ଏ ପ୍ରମୁଖ ଶୈବପୀଠ । ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ପାଇଁ ଆଜି ହେବ ଶିଳାନ୍ୟାସ । ଆଧ୍ୟତ୍ମିକ ପରିବେଶରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିଳା ଶୋଧନମ, ଶିଳା ପ୍ରତିଷ୍ଠା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଶିଳାନ୍ୟାସ କରାଯିବ । ଏହି ପ୍ରକଳ୍ପ ପାଇଁ ଜମି ଦେଇଥିବା ୧୦୧ ସେବାୟତ ଓ ଅନ୍ୟ ପରିବାରଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ ।
Views: 68