ବାରିପଦା : ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ । ଦୋଷୀ ଜଗମୋହନ ନାୟକଙ୍କୁ ସଜା ଦେଲେ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ । ୨୦୨୧ ରେ ଝାରପୋଖରିଆ ଥାନା ଅଞ୍ଚଳରେ ମାମଲା ହୋଇଥିଲା । ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଅପରପକ୍ଷରେ ପିଡିତାଙ୍କୁ ଥଇଥାନ ପାଇଁ ଜିଲ୍ଲା ଆଇନ ସହାୟତା ସଂସ୍ଥାକୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ନାବାଳିକା ପ୍ରତି ବଳାତ୍କାର କରିଥିବା ଅଭିଯୁକ୍ତ ଅନ୍ୟ କେହି ନୁହେଁ ବରଂ ପୀଡ଼ିତାଙ୍କ ଖୋଦ ଜେଜେ ବାପା । ଗତ ୨୦-୦୩-୨୧ ମସିହାରେ ପୀଡ଼ିତାଙ୍କ ବାପା ମା’ ଘରୁ ବାହାରକୁ ଯାଇଥିବା ସମୟରେ କାମୁକ ଜେଜେବାପା ନିଜର ୧୨ ବର୍ଷ ବୟସର ନାତୁଣୀ ପ୍ରତି ଅସଦାଚରଣ କରିଥିବା ଝାରପୋଖରିଆ ଥାନାରେ ମାମଲା ରୁଜୁ ହୋଇଥିଲା । ଝାରପୋଖରିଆ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ।
ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











