ପୁରୀ : ଆସନ୍ତାକାଲି ଶ୍ରୀଜିଉଙ୍କ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରାବଣ-ଶୁକ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ ।
Views: 106











