କରଞ୍ଜିଆ : ଓଲଟିଲା ଶ୍ରମିକ ବୋଝେଇ ଭ୍ୟାନ , ୨୦ ଆହତ । ଠାକୁରମୁଣ୍ଡା ଆନନ୍ଦପୁର ରାସ୍ତା ଜୁଡାମ୍ବ ଘାଟିରେ ଦୁର୍ଘଟଣା । ଚକା ଫାଟିଯିବାରୁ ଗଛକୁ ପିଟି ଓଲଟି ପଡିଲା ଭ୍ୟାନ । ଦୁର୍ଘଟଣାରେ ଗୁରୁତର ୭ ଜଣଙ୍କୁ ଘଷିପୁରା ମେଡିକାଲ ସ୍ଥାନାନ୍ତର ।
ସୂଚନା ଅନୁସାରେ ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ଗ୍ରାମପଞ୍ଚାୟତ ଅଧିନ ଜଡିପଦା ଗ୍ରାମରୁ ଧାନ ବିଲରେ କାମ କରିବାକୁ ୩୦ ରୁ ଉର୍ଦ୍ଧ୍ବ ଶ୍ରମିକଙ୍କୁ ନେଇ ଏକ ଟାଟା ମେଜିକ ଗାଡି ଭଦ୍ରକ ଜିଲ୍ଲା ବନ୍ତ ନିକଟ କେନ୍ଦୁଆ ଗ୍ରାମକୁ ଯାଉଥିଲା । ଗାଡିଟି ଜୁଡାମ୍ବ ଘାଟିରୁ ଓହ୍ଲାଉ ଥିବା ବେଳେ ଭୋର ପ୍ରାୟ ୪.୩୦ ସମୟରେ ଗାଡିର ଏକ ଚକ ଫାଟି ଯିବାରୁ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଖବରପାଇ ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ ଓ ୧୦୮ ଆମ୍ବୁଲାନ୍ସ ଯାଇ ଆହତ ବ୍ୟକ୍ତିଙ୍କୁ ଉଦ୍ଧାର କରି ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିବା ବେଳେ ଗୁରୁତର ଥିବା ୭ ଜଣଙ୍କୁ କରଞ୍ଜିଆ,ଓ କେନ୍ଦୁଝରର ଆନନ୍ଦପୁର ସ୍ୱାସ୍ଥ୍ୟ କେନ୍ଦ୍ରକୁକୁ ସ୍ଥାନାନ୍ତର କରାଯାଇଛି । ଠାକୁରମୁଣ୍ଡା ପୋଲିସ ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରି ତଦନ୍ତ ଜାରି ରଖିଛନ୍ତି ।
ଓଲଟିଲା ଭ୍ୟାନ , ୨୦ ଶ୍ରମିକ ଆହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











