ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୬ଟି ନୂଆ ପଦବୀକୁ ଅନୁମୋଦନ । ପଦବୀ ସଂଖ୍ୟା ୨୧୦ରୁ ବୃଦ୍ଧି ପାଇ ୬୨୬ରେ ପହଁଚିଲା । ବିଏମସିରେ ଅଧିକ ଅତିରିକ୍ତ କମିଶନର ଓ ଜୋନାଲ ପଦବୀ ସୃଷ୍ଟି । ଅଧିକ ୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ କମିଶନର ପଦବୀ ସୃଷ୍ଟି । ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ, ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି । ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ, ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇ, ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି । ଏହାସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୩ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ରଖାଯାଇଛି ।
Views: 107











