ଭୁବନେଶ୍ୱର : ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ପ୍ରଭାବିତ ହେବ ଉତ୍ତର-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା । ଦିନକ ପରେ ରାଜ୍ୟରୁ କମିବ ବର୍ଷା । ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବ ରହିଛି । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାସହ ଘଡଘଡି ବିଜୁଳି ସହ ବର୍ଷା ନେଇ ୨୩ ଟି ଜିଲ୍ଲାକୁ ସତର୍କ କରାଯାଇଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୩୧ ତାରିଖରୁ ପୁଣି ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ଆକଳନ କରାଯାଇଛି । ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ୟ୍ୟନ୍ତ ରାଜ୍ୟରେ ସ୍ବାଭାବିକ ତୁଳନାରେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ପର୍ୟ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୭ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ମାତ୍ର ଦୁଇଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି ।
୩୧ ତାରିଖରୁ ରାଜ୍ୟରେ ପୁଣି ବର୍ଷିବ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











