କୋଟା: ଦୁଇ ଛାତ୍ରଙ୍କ ଆତ୍ମହତ୍ୟା । ଇଞ୍ଜିନିୟରିଂ, ମେଡିକାଲ କୋଚିଂ ହବ୍ କୁହାଯାଉଥିବା କୋଟା ସହରରେ ଘଟିଛି ଘଟଣା । ନିଟ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ର ଆତ୍ମହତ୍ୟା କରିଛନ୍ତି । ଆଉ ଜଣେ ଛାତ୍ର କୋଚିଂ ସେଣ୍ଟରରେ ଟେଷ୍ଟ ଦେବା ପରେ କୋଚିଂ ସେଣ୍ଟରର ୬ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ର ହେଲେ ମହାରାଷ୍ଟ୍ର ଲାତୁର ଜିଲ୍ଲାର ଅଭିଷ୍କାର କସଲେ । ଅଭିଷ୍କାର ଗତ ତିନିବର୍ଷ ଧରି କୋଟାରେ ନିଟ ପାଇଁ କୋଚିଂ ନେଉଥିଲେ । ସେ ଛାତରୁ ଡେଇଁବା ସମୟର ଦୃଶ୍ୟ କୋଚିଂ ସେଣ୍ଟରରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି ।
ଅନ୍ୟ ଜଣେ ମୃତ ଛାତ୍ର ହେଲେ ବିହାର ଆଦର୍ଶ ରାଜ୍ । ଆଦର୍ଶ ତାଙ୍କ ଭଡ଼ା ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ପରୀକ୍ଷାରେ କମ୍ ନମ୍ବର ଆସିବା ଭୟରେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଆଦର୍ଶଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନିଆଯାଇଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଦୁଇ ଛାତ୍ରଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଗତ ୮ ମାସ ମଧ୍ୟରେ କୋଟାରେ ୨୪ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି ।
ନିଟ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଦୁଇ ଛାତ୍ରଙ୍କ ଆତ୍ମହତ୍ୟା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











