The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଲଘୁଚାପ !

Facebook
Twitter
LinkedIn

ଭୁବନେଶ୍ୱର : ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗର ସୂଚନା । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି । ବାୟୁମଣ୍ଡଳର ୭.୬ କିମି ପର୍ଯ୍ୟନ୍ତ ବ୍ୟାପିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଲଘୁଚାପ ପ୍ରଭାବରେ ୪ ଦିନ ଯାଏ ବର୍ଷା ଲାଗି ରହିବ । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୭ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୨୦ ସେମି ବର୍ଷାର ସମ୍ଭାବନା ରହିଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା କାଲି ଭାରୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ସତର୍କତା ଦେଇଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login