ନୂଆଦିଲ୍ଲୀ : ଦିନିକିଆ ବିଶ୍ୱକପ ୨୦୨୩ ପାଇଁ ଭାରତୀୟ ଟିମ୍ ଘୋଷଣା କରିଛି ବିସିସିଆଇ । ୧୫ ଜଣିଆ ସ୍କ୍ଵାଡ୍ ଦଳ ଘୋଷଣା କରିଛନ୍ତି ଭାରତୀୟ ଟିମର ମୁଖ୍ୟ ଚୟନକର୍ତ୍ତା । ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ବିଶ୍ୱକପ ଖେଳିବ ଟିମ୍ ଇଣ୍ଡିଆ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଛି ଉପଅଧିନାୟକ ପଦ। ରୋହିତ ଶର୍ମା(ଅଧିନାୟକ), ବିରାଟ କୋହଲି, ଶୁବମନ ଗିଲ୍, ଶ୍ରେୟସ ଆୟର, କେଏଲ ରାହୁଲ, ରବୀନ୍ଦ୍ର ଜାଡେଜା, ହାର୍ଦ୍ଦିକ ପାଣ୍ଡ୍ୟା(ଉପଅଧିନାୟକ), ଜସପ୍ରୀତ ବୁମରା, ମହମ୍ମଦ ସିରାଜ, କୁଲଦୀପ ଯାଦବ, ମହମ୍ମଦ ସାମି, ଅକ୍ଷର ପଟେଲ, ଈଶାନ କିଶନ, ସୂର୍ୟ୍ୟକୁମାର ଯାଦବ ଓ ଶାର୍ଦ୍ଦୁଳ ଠାକୁର ଦଳରେ ସାମିଲ । ଏଥର ଦଳରେ ଆର ଅଶ୍ୱିନଙ୍କୁ ଟିମରେ ସ୍ଥାନ ମିଳିନି । ଅକ୍ଟୋବର ୫ ତାରିଖରୁ ଆଇସିସି ବିଶ୍ବକପ ୨୦୨୩ର ଆରମ୍ଭ ହେବ । ଦୁନିଆର ସବୁଠୁ ବଡ କ୍ରିକେଟ ଷ୍ଟାଡିୟମ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଅନୁଷ୍ଠିତ ହେବ । ଅକ୍ଟୋବର ୫ରୁ ଆରମ୍ଭ ହୋଇ ଫାଇନାଲ ମ୍ୟାଚ ୧୯ ନଭେମ୍ବରରେ ଖେଳାଯିବ । ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ।
ଦିନିକିଆ ବିଶ୍ୱକପ ୨୦୨୩ ପାଇଁ ଭାରତୀୟ ଟିମ୍ ଘୋଷଣା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











