ନୂଆଦିଲ୍ଲୀ : କେନ୍ଦ୍ର ସରକାର ୫ ଦିନ ପାଇଁ ସଂସଦର ସ୍ୱତନ୍ତ୍ର ଅଧିବେଶନ ବୈଠକ ଡାକିଛନ୍ତି । ଆଉ ନୂଆ ସଂସଦ ଭବନରେ ଏହି ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ଆସନ୍ତା ୧୮-୨୨ ପର୍ୟ୍ୟନ୍ତ ହେବାକୁ ଯାଉଥିବା ସଂସଦର ସ୍ୱତନ୍ତ୍ର ଅଧିବେଶନ ନୂଆ ସଂସଦ ଭବନରେ ଅନୁଷ୍ଠିତ ହେବ । ୧୮ ସେପ୍ଟେମ୍ବରରେ ପୁରୁଣା ସଂସଦ ଭବନରେ ସ୍ୱତନ୍ତ୍ର ଅଧିବେଶନ ହେବ ଏବଂ ପରଦିନ ଅର୍ଥାତ୍ ୧୯ ସେପ୍ଟେମ୍ବର ଗଣେଶ ପୂଜା ଅବସରେ ନୂଆ ସଂସଦ ଭବନରେ ଅଧିବେଶନ କରାଯିବ ।
୧୮ରୁ ୨୨ ସେପ୍ଟେମ୍ବର ପର୍ୟ୍ୟନ୍ତ ହେବାକୁ ଥିବା ସ୍ୱତନ୍ତ୍ର ଅଧିବେଶନରେ ଏକ ଦେଶ ଏକ ନିର୍ବାଚନ ନେଇ ବିଲ୍ ପାସ୍ ହୋଇପାରେ । ଏହାଛଡା ‘ଇଣ୍ଡିଆ’ ପରିବର୍ତ୍ତେ ‘ଭାରତ’ ରଖିବା ନେଇ ବିଲ୍ ମଧ୍ୟ ଆସିପାରେ ।
ସଂସଦର ନୂଆ ଭବନକୁ ପ୍ରଧାନମନ୍ତ୍ରୀ ମୋଦି ଚଳିତ ବର୍ଷ ମଇ ମାସରେ କରିଥିଲେ । ହେଲେ ଏଠାରେ ଏପର୍ୟ୍ୟନ୍ତ କାମ ଆରମ୍ଭ ହୋଇନାହିଁ । ସଂସଦର ମୌସୁମୀ ଅଧିବେଶନ ସଂପୂର୍ଣ୍ଣ ଭାବେ ପୁରୁଣା ଭବନରେ କରାଯାଇଥିଲା । ଏବେ ଏହା ପରେ ସ୍ୱତନ୍ତ୍ର ଅଧିବେଶନ ଡକାଯାଇ ସଂସଦର ସମସ୍ତ କାର୍ୟ୍ୟ ନୂଆ ଭବନରେ ହେବାକୁ ସ୍ଥିର କରାଯାଇଛି ।
ଗଣେଶ ପୂଜାରୁ ଆରମ୍ଭ ହେବ ନୂଆ ସଂସଦ ଭବନରେ ସ୍ୱତନ୍ତ୍ର ଅଧିବେଶନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











