ଭୁବନେଶ୍ୱର : ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଓଙ୍ଗିଶା , ଉତ୍ତର ଆନ୍ଧ୍ର ଓ ଛତିଶଗଡରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେମି ବର୍ଷାର ଆକଳନ କରିଛି ଆଇଏମଡି। ଆଜି ରେଡ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମାନଙ୍କରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ ଫ୍ଲଡର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚା ଘର କ୍ଷତିଗ୍ରସ୍ତ ହେବା ଆଶଙ୍କା ମଧ୍ୟ ରହିଛି। ପ୍ରବଳ ବର୍ଷା ହେବା ସମୟରେ ଗାଡିଚଳାଚଳ ପାଇଁ ବାରଣ କରାଯାଇଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ୧୫ ତାରିଖ ପରେ କମିବ ବର୍ଷା ପରିମାଣ।
ସୃଷ୍ଟି ହେଲା ଲଘୁଚାପ,୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











