ଭୁବନେଶ୍ୱର : ଯଯାତି କେଶରୀଙ୍କ ନାଁରେ ନାମିତ ହେବ ଯାଜପୁର ମେଡିକାଲ କଲେଜ । ପ୍ରସ୍ତାବକୁ ଅନୁମାଦେନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୪ ଶିକ୍ଷା ବର୍ଷରୁ କାର୍ଯ୍ୟକ୍ଷମ କରିବାକୁ ସରକାରଙ୍କ ଘୋଷଣା । ୧୦୦ ସିଟରେ ନାମଲେଖା ପାଇଁ ଏନଏମସିକୁ ଆବେଦନ କରିବେ ସରକାର । ପ୍ରାଚୀନ ଓଡିଶାର ପ୍ରସିଦ୍ଧ ସୋମବଂଶୀ ଶାସକ ଯଯାତି କେଶରୀ ଓଡିଶାବାସୀଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ଲିଙ୍ଗରାଜ ମନ୍ଦିର ସହିତ ବହୁ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ନିର୍ମାଣ ସହ ଅଭିନବ ଯାଯନଗର ତଥା ଆଧୁନିକ ଯାଜପୁର ସେତେବେଳର ସୋମବଂଶର ରାଜଧାନୀ ଥିଲା ।
ଆସନ୍ତାବର୍ଷ ଶିକ୍ଷାବର୍ଷରୁ ମେଡିକାଲ କଲେଜ କାର୍ୟ୍ୟକ୍ଷମ ହେବାକୁ ଯାଉଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫୨୬ କୋଟି ୨୧ ଲକ୍ଷ ଟଙ୍କା ବ୍ୟୟରେ ଯାଜପୁରରେ ମେଡିକାଲ କଲେଜ ଖୋଲିବାକୁ ଯାଉଛି । ୪୬ ଏକର ଯାଗାର ମେଡିକାଲର କ୍ୟାମ୍ପସ ରହିଛି । ରାଜ୍ୟ ସରକାର ନ୍ୟାସନାଲ ମେଡିକାଲ କମିଶନଙ୍କ ନିକଟରେ ଏଲଓପି ବା ଲେଟର ଅଫ ପରମିଶନ ପାଇଁ ଆବେଦନ କରିଛନ୍ତି । ଆସନ୍ତାଶିକ୍ଷା ବର୍ଷରୁ ୧୦୦ ଏମବିବିଏସ ସିଟ୍ରେ ନାମ ଲେଖା ହେବ । ଯାଜପୁରର ମେଡିକାଲ କଲେଜ କାର୍ୟ୍ୟକ୍ଷମ ହେଲେ ରାଜ୍ୟରେ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ସଂଖ୍ୟା ୧୨ରେ ପହଞ୍ଚିବ ।
ଯଯାତି କେଶରୀଙ୍କ ନାଁରେ ମେଡିକାଲ କଲେଜ, ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











