ଆନନ୍ଦପୁର : ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର । କେନ୍ଦୁଝର ବାଲିପାଳର ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର । କୂଅ ଭିତରୁ ଉଭୟଙ୍କ ମୃତଦେହ ଉଦ୍ଧାର କଲା ସୋସୋ ଥାନା ପୋଲିସ । ମୃତ୍ୟୁର କାରଣ ଅସ୍ପଷ୍ଟ, ହତ୍ୟା ସନେ୍ଦହରେ ଥାନାରେ ଏତଲା । ନିରଞ୍ଜନ ବଉଳା ଫାଣ୍ଡିର ଗ୍ରାମରକ୍ଷୀ ଥିବାବେଳେ ତାଙ୍କ ସ୍ତ୍ରୀ ରମ୍ଭା ପାତ୍ର ପୂର୍ବରୁ କେ. ବାଲିପାଳ ପଂଚାୟତର ସରପଞ୍ଚ ଥିଲେ। ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ଦୁଇ ଜଣଙ୍କୁ ହତ୍ୟା କରି କୂଅ ଭିତରେ ପକାଇ ଦେଇଥିବା ସନ୍ଦେହ କରାଯାଉଛି। ଗତକାଲି ଗାଁଲୋକେ ଘରକୁ ଯାଇ କବାଟ ବାଡେଇ ଥିଲେ ମଧ୍ୟ କେହି ଶୁଣିନଥିଲେ। ଏହାପରେ ବାଡିରେ ରକ୍ତ ଛିଟା ପଡିଥିବା ଦେଖିବାକୁ ପାଇଥିଲେ। ଏନେଇ ସୋସୋ ଥାନାକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି କୂଅ ଭିତରୁ ୨ଟି ମୃତଦେହ ଉଦ୍ଧାର କରିଥିଲା। ଏନେଇ ନିରଞ୍ଜନଙ୍କ ପୁତୁରା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ଅଧିକ ତଦନ୍ତ ଜାରି ରଖିଛି। ତେବେ କିଏ ଓ କାହିଁକି ଦୁଇ ଜଣଙ୍କୁ ହତ୍ୟା କଲା ସେନେଇ କାରଣ ଅସ୍ପଷ୍ଟ ରହିଛି।
ପୂର୍ବତନ ସରପଞ୍ଚ ଓ ସ୍ୱାମୀଙ୍କୁ ହତ୍ୟା !

Facebook
Twitter
LinkedIn
Facebook
Twitter
LinkedIn
Recent News
ଯାତ୍ରୀବାହୀ ବସରେ ଲାଗିଲା ନିଆଁ
ରାଜସ୍ଥାନ : ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା...
ନୂଆପଡା ଉପନିର୍ବାଚନ ; କିଏ ହେବେ ବିଜେଡିରୁ ପ୍ରାର୍ଥୀ ?
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ କିଏ ହେବେ ତାକୁ ନେଇ ଚର୍ଚ୍ଚା । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ବେଳେ...
ସିରିଜ ପୋଛିନେଲା ଭାରତ , ୭ ୱିକେଟରେ ୱେଷ୍ଟିଣ୍ଡିଜକୁ ହରାଇଲା
ନୂଆଦିଲ୍ଲୀ : ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର...
କୋଲ୍ଡରିଫ ସମେତ ଏ ସମସ୍ତ ସିରପକୁ ବିଷାକ୍ତ କହିଲା “ହୁ”
ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା ହୁ । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ...