ନୂଆଦିଲ୍ଲୀ : ଆନ୍ଧ୍ର ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୪ ଓଡ଼ିଆ ମୃତ। ଚିତ୍ତୋର ଜିଲ୍ଲା ତାଭାନପଲ୍ଲୀ ମଣ୍ଡଳର ତାଲାଗୁଣ୍ଡଲା ପଲ୍ଲୀ ଗାଁ ନିକଟରେ ଏହି ଭୀଷଣ ଦୁର୍ଘଟଣା ଘଟିଛି। ଓଡ଼ିଶାର ଏକ ପରିବାରର ୭ ଜଣ ସଦସ୍ୟଙ୍କୁ ନେଇ ଏକ ଆମ୍ବୁଲାନ୍ସ ବେଙ୍ଗାଳୁରୁର ଡାକ୍ତରଖାନାକୁ ଯାଉଥିଲା। ଏହି ସମୟରେ ପୁଠପଟ୍ଟୁ-ନାଇଡୁପେଟାଠାରେ ଏକ ଲରି ସହ ଧକ୍କା ହୋଇଥିଲା। ଫଳରେ ଆମ୍ବୁଲାନ୍ସରେ ଥିବା ୪ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ପରିବାରର ଅନ୍ୟ ଦୁଇ ସଦସ୍ୟ ଏବଂ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୟାଦାମାରି ଓ କନିପକମ୍ ପୋଲିସ ପହଞ୍ଚି ୩ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛି। ସେପଟେ ଶୁକ୍ରବାର ସକାଳେ ମଧ୍ୟ ଆନ୍ଧ୍ରର ଅନ୍ନମୟା ଜିଲ୍ଲାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଜିପ୍ ଓ ଲରି ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ରହିଛି।ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇଛି।
ଆନ୍ଧ୍ରର ଚିତ୍ତୋରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ ଓଡ଼ିଆ ମୃତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











