ପାଟନା : ବିହାରର ପାଟନାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରବିବାର ବିଳମ୍ବିତ ରାତିରେ ବିଜେପିର ରାଜ୍ୟସଭା ସାଂସଦ ସତୀଶ ଚନ୍ଦ୍ର ଦୁବେଙ୍କ ଗାଡ଼ି ସଡ଼କ ଦୁର୍ଘଟଣାର ଶିକାର ହୋଇଛି। ଏହି ଦୁର୍ଘଟଣାରେ ସାଂସଦ ଦୁବେ, ତାଙ୍କ ଅଙ୍ଗରକ୍ଷୀ ଏବଂ ଗାଡ଼ିର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଦୁର୍ଘଟଣା ସମୟରେ ଗାଡ଼ିରେ ସାଂସଦଙ୍କ ସମେତ ୫ ଜଣ ଥିଲେ। ସୂଚନା ଅନୁଯାୟୀ , ସାଂସଦ ଦୁବେ ଗତକାଲି ରାତିରେ ବଗହାରୁ ପାଟନା ଫେରୁଥିଲେ। ଏହି ସମୟରେ ଗାନ୍ଧୀ ସେତୁର ଗାଈଘାଟ ନିକଟରେ ତାଙ୍କ ଗାଡ଼ି ଏକ କଣ୍ଟେନର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ କାର୍ଟି ଭାଙ୍ଗି ଚୁର୍ମାର ହୋଇଯାଇଛି। ଦୁର୍ଘଟଣା ପରେ ଗାନ୍ଧୀ ସେତୁ ଉପରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଥିଲା। ବର୍ତ୍ତମାନ ଯାତାୟାତ ଆରମ୍ଭ ହୋଇଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ ସାଂସଦଙ୍କ ଡ୍ରାଇଭର ଏବଂ ଅଙ୍ଗରକ୍ଷୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସାଂସଦ ଦୁବେ ମଧ୍ୟ ଆହତ ହୋଇଛନ୍ତି। ପାଟନାର ଏକ ଘରୋଇ ଡାକ୍ତରଖାନାରେ ତିନି ଜଣଙ୍କର ଚିକିତ୍ସା ଚାଲିଛି।
କଣ୍ଟେନର ସହ ରାଜ୍ୟସଭା ଏମ୍ପିଙ୍କ କାର୍ ଧକ୍କା,୫ ଗୁରୁତର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











