ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାରେ ଆଉ ୧୪ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ । ଜିଲ୍ଲାରେ ମୋଟ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି । ୮୬ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୧୪ ଜଣ ପଜିଟିଭ ରୋଗୀ ବାହାରିଥିଲେ। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ଜଣଙ୍କର ପୂର୍ବରୁ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଭାବେ ICUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ସେପଟେ ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।
Views: 94











