ନୂଆଦିଲ୍ଲୀ : ୯୧ ବର୍ଷରେ ପଦାର୍ପଣ କରିଛନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ । ଏହି ଅବସରରେ ସମଗ୍ର ଦେଶରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପୂର୍ବ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଜନ୍ମଦିନରେ ଅନେକ ଅନେକ ଶୁଭେଚ୍ଛା । ମୁଁ ଆପଣଙ୍କ ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି । ପୂର୍ବ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ୨୬ ସେପ୍ଟେମ୍ବର ୧୯୩୨ରେ ବ୍ରିଟିଶ ଇଣ୍ଡିଆର ପଞ୍ଜାବ ପ୍ରାପ୍ତର ଚକଓ୍ଵାଲ ଜିଲ୍ଲାରେ ହୋଇଥିଲା । ଏହି ଜିଲ୍ଲା ଏବେ ପାକିସ୍ତାନରେ ରହିଛି । ମନମୋହନ ସିଂହ ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ୧୯୮୨ରୁ ୧୯୮୫ ପର୍ୟ୍ୟନ୍ତ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ରହିଥିଲେ । ପୂର୍ବ ପ୍ରଧାନମନ୍ତ୍ରୀଙ୍କ ସରକାରରେ ଅର୍ଥ ମନ୍ତ୍ରୀ ରହିଥିଲେ ମନମୋହନ ସିଂ । ମନମୋହନ ସିଂ ୨୦୦୪ରୁ ୨୦୧୪ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ କାମ କରିଥିଲେ । ଦେଶର ମହାନ ରାଜନେତା ଥିଲେ । ଜଣେ ପ୍ରଖ୍ୟାତ ଅର୍ଥଶାସ୍ତ୍ରୀ ଭାବେ ସେ ବେଶ ଜଣାଶୁଣା । ମନମୋହନ ସିଂହ ପଞ୍ଜାବ ୟୁନିଭରସିଟିରେ ପଢିବା ପରେ ଆଗକୁ ପଢିବା ବ୍ରିଟେନ ଚାଲିଯାଇଥିଲେ । ବ୍ରିଟେନର କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଅର୍ଥଶାସ୍ତ୍ରରେ ପ୍ରଥମ ଶ୍ରେଣୀରେ ଡିଗ୍ରୀ ହାସଲ କରିଥିଲେ ।
୯୧ ବର୍ଷରେ ପଦାର୍ପଣ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











