କଟକ : କଟକ ବଡ ଡାକ୍ତରଖାନାରେ ବିଦ୍ୟୁତ ବିଭ୍ରାଟ ପରେ ପାଣି ସମସ୍ୟା । ରାତିରୁ ମେଡିକାଲର ବିଭିନ୍ନ ୱାର୍ଡକୁ ଜଳ ଯୋଗାଣ ଠପ୍ । ସକାଳେ କିଛି ସମୟ ପାଣି ଆସିଥିଲେ ବି ଯଥେଷ୍ଟ ନୁହେଁ । ମେଡିକାଲ ପରିସରରେ ଥିବା ଶୈାଚାଳୟକୁ ମଧ୍ୟ ଆସୁନି ପାଣି । ଗତକାଲି ରାତିରୁ ମେଡିକାଲର ବିଭିନ୍ନ ୱାର୍ଡକୁ ଜଳ ଯୋଗାଣ ଠପ୍ ହୋଇଯାଇଛି । ଶୌଚାଳୟକୁ ପାଣି ଆସୁନଥିବାରୁ ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟ ହନ୍ତସନ୍ତ ହେଉଛନ୍ତି । ଶନିବାରଠାରୁ ବଡ଼ ମେଡିକାଲରେ ବିଦ୍ୟୁତ୍ ବିଭ୍ରାଟ ଦେଖିବାକୁ ମିଳିଥିଲା । ଗତକାଲି ରାତି ପର୍ୟ୍ୟନ୍ତ ସମସ୍ୟାର ସମାଧାନ ହୋଇପାରିନଥିଲା । ବିଭିନ୍ନ ୱାର୍ଡରେ ଲାଇନ୍ ନଥିବାରୁ ରୋଗୀ ହନ୍ତସନ୍ତ ହୋଇଥିଲେ ।
Views: 88











