ପୁରୀ: ଅକ୍ଟୋବର ୨୫ ତାରିଖଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ କାର୍ତ୍ତିକ ମାସ ବାଳଧୂପ ନୀତି। ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଆଶ୍ୱିନ ଶୁକ୍ଳ ଏକାଦଶୀରୁ ଆରମ୍ଭ ହୋଇ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ। ଏହାପରେ ୫ ଦିନ ଧରି ପଞ୍ଚୁକ ଚାଲିବ। ତେବେ ଏହି ସ୍ୱତନ୍ତ୍ର ନୀତିକାନ୍ତି କିପରି ସୁରୁଖୁରରେ ସମ୍ପନ୍ନ ହେବ ସେ ନେଇ ସୋମବାର ଅନୁଷ୍ଠିତ ହୋଇଥିଲା ଛତିଶା ନିଯୋଗ ବୈଠକ। ଏଥିରେ ନୀତି ସବ୍ କମିଟି ଦ୍ୱାରା ପ୍ରସ୍ତୁତ ନୀତିକାନ୍ତି ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ହୋଇଛି। କାର୍ତ୍ତିକ ମାସରେ ରାତ୍ର ୧୨ଟାରେ ପହୁଡ଼ ସମ୍ପନ୍ନ ହୋଇ ରାତି ୪ଟାରେ ଦ୍ୱାର ଫିଟାଯିବ। ସାଢେ ୪ଟାରେ ଭିତର ଶୋଧ କରାଯାଇ ଭୋର ୫ଟାରେ ମଙ୍ଗଳ ଆଳତି କରାଯିବାକୁ ନୀତି ନିର୍ଘଣ୍ଟ ହୋଇଛି। ଧର୍ମମାସ କାର୍ତ୍ତିକର ମୁଖ୍ୟ ଆକର୍ଷଣ ରାଧାଦାମୋଦର ବେଶ ସକାଳ ସାଢେ ୬ଟାରୁ ସାଢେ ୭ଟାରେ ସମ୍ପନ୍ନ ହେବ। ସାଢେ ୮ଟାରୁ ସାଢେ ୯ଟା ସକାଳ ଧୂପ ପରେ ପୂର୍ବାହ୍ନ ୧୦ଟାରୁ ସାଢେ ୧୦ଟା ମଧ୍ୟରେ ବାଳଧୂପ ବଢ଼ିବ। ଏତଦ୍ ବ୍ୟତୀତ ହବିଷ୍ୟାଳୀଙ୍କ ଦର୍ଶନ ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି। ସେହିପରି ବାଳଭୋଗ, ଠିକ୍ ସମୟରେ ମହାପ୍ରସାଦ ବାହାରିବା ଏବଂ ପଞ୍ଚୁକରେ ଭିଡ଼ ନିୟନ୍ତ୍ରଣ ଉପରେ ଆଲୋଚନା ହୋଇଛି। ସେହିପରି ୨୮ ତାରିଖରେ ହେବାକୁ ଥିବା ଖଣ୍ଡ ଗ୍ରାସ ଚନ୍ଦ୍ରଗ୍ରହଣ ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି।
ଶ୍ରୀମନ୍ଦିରର କାର୍ତ୍ତିକ ନୀତି ଚୂଡାନ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











